The Ultimate Managed Hosting Platform
ADVERTISEMENT

ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

Facebook
Twitter
LinkedIn

ଭୁବନେଶ୍ୱର : ଖଲ୍ଲିକୋଟର ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି ଲେଖିଛନ୍ତି, ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ବିଜୁ ଜନତା ଦଳର ବରିଷ୍ଠ ନେତ୍ରୀ ଭାବେ ଦଳକୁ ସଙ୍ଗଠିତ କରିବାରେ ତାଙ୍କର ବଡ଼ ଯୋଗଦାନ ରହିଛି। ଖଲିକୋଟ ଓ କବିସୂର୍ୟ୍ୟନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ୧୦ଥର ବିଧାୟିକା ଭାବେ ପ୍ରତିନିଧିତ୍ୱ କରି ଜନସେବାରେ ସେ ନିଜର ସ୍ୱତନ୍ତ୍ର ଛାପ ଛାଡ଼ି ଯାଇଛନ୍ତି। ଏହା ଏକ ଅପୂରଣୀୟ କ୍ଷତି। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି। ରାଜ୍ୟପାଳ ରଘୁବର ଦାସ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଶୋକ ପ୍ରକାଶ କରିଛନ୍ତି । ସେହିପରି କେନ୍ଦ୍ର ଶିକ୍ଷୀ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ , ଜୟନାରାୟଣ ମିଶ୍ର , ବରିଷ୍ଠ ନେତା ଜୟ ନାରାୟଣ ମିଶ୍ର ଶୋକ ପ୍ରକାଶ କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login