ଭୁବନେଶ୍ୱର : ପେଟ୍ରୋଲ ପମ୍ପରେ ତେଲ ସଙ୍କଟ ଆଶଙ୍କା ଟଳିଲା । ପେଟ୍ରୋଲିୟମ ଡିଲର ସଂଘ ସାଧାରଣ ସମ୍ପାଦକଙ୍କ ସୂଚନା । ୧୫୦ ପେଟ୍ରୋଲ ଟ୍ୟାଙ୍କର ଆସି ପହଁଚିଲା ବୋଲି କହିଛନ୍ତି ସଞ୍ଜୟ ଲାଠ । ପେଟ୍ରୋଲ ପମ୍ପରେ ତେଲ ସରିଯିବା ଆଶଙ୍କା ଆଉ ନାହିଁ । ପେଟ୍ରୋଲ ପମ୍ପରେ ଅଯଥା ଭିଡ ନ କରିବା ପାଇଁ ଅନୁରୋଧ । ଡ୍ରାଇଭର ଷ୍ଟିଅରିଂ ଛାଡ ଆନେ୍ଦାଳନ ଉପରେ ଉଠାଇଲେ ପ୍ରଶ୍ନ । ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ବନ୍ଦ କରିବାରୁ ସମସ୍ୟା । ଏହା ମଧ୍ୟ କହିଛନ୍ତି ଯେ ପେଟ୍ରୋଲ ମହଜୁଦ ରହିଛି । କାଁ ଭାଁ ଜାଗାରେ ପେଟ୍ରୋଲ ସରିଛି । ଏହା ଏକ ସ୍ୱାଭାବିକ କଥା । ଏବେ ୨୦୦ ଟ୍ୟାଙ୍କର ଆସିଛନ୍ତି । ପେଟ୍ରୋଲକୁ ନେଇ କୌଣସି ସମସ୍ୟା ହେବନି । ସରକାରଙ୍କ ସହ ଆଲୋଚନା ହୋଇଛି । ପୁରା କର୍ଡ଼ନ ଭିତରେ ପେଟ୍ରୋଲକୁ ଆମଦାନୀ କରାଯାଇଛି । ପେଟ୍ରୋଲ୍ ପମ୍ପ୍ରେ ତେଲ ସରିଯିବା ଆଶଙ୍କା ଆଉ ନାହିଁ । ଏଥିପାଇଁ ଅଯଥା ଭିଡ଼ ନ କରିବା ପାଇଁ ଅନୁରୋଧ କରିଛନ୍ତି । ସରକାରଙ୍କ ଏଥିପ୍ରତି ପୁରା ନଜର ରହିଛି । ସୂଚନା ଅନୁସାରେ ଗତକାଲି ଠାରୁ ପେଟ୍ରୋଲ ସରିଯିବା ଆଶଂକାରେ ରାତିରେ ପେଟ୍ରୋଲ ପମ୍ପରେ ଲମ୍ବା ଲାଇନ୍ ଦେଖିବାକୁ ମିଳିଥିଲା । ଏପରିକି ଭୁବନେଶ୍ବରର ବିଭିନ୍ନ ପେଟ୍ରୋଲ ପମ୍ପରେ ଲମ୍ବା ଧାଡ଼ି ଲାଗିଥିଲା ।
ପେଟ୍ରୋଲ-ଡିଜେଲ ଚିନ୍ତା ନାହିଁ ! ତରବରିଆ ହୋଇ କିଣନ୍ତୁ ନାହିଁ ପେଟ୍ରୋଲ : ସଞ୍ଜୟ ଲାଠ

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...