ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ସ୍ଥଗିତ ଘୋଷଣା । ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷା ସ୍ଥଗିତ । ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି । ଓପିଆରବି ଅଧ୍ୟକ୍ଷଙ୍କ ପକ୍ଷରୁ ଏ ନେଇ ସୂଚନା ଜାରି । ସାନି ପରୀକ୍ଷା ତାରିଖ ଶୀଘ୍ର ଘୋଷଣା ନେଇ ସୂଚନା । ଆନ୍ଧ୍ର ଶ୍ରୀକାକୁଲରମରେ କିଛି ଏସଆଇ ଆଶାୟୀ ଅଟକ ପରେ ତତ୍ପରତା । ପରୀକ୍ଷାରେ ଜାଲିଆତି ପାଇଁ ହାଇଦ୍ରାବାଦ ଯିବାବେଳେ ଧରାପଡିଥିଲେ ।
୧୧୭ ପରୀକ୍ଷାର୍ଥୀ , ୨ ଦଲାଲ ଗିରଫ । ପଚରାଉଚରା ପରେ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଏହି କେଲେଙ୍କାରୀରେ ୨୯ କୋଟି ୨୫ ଲକ୍ଷ ଟଙ୍କାର ଲାଞ୍ଚ କାରବାର ପାଇଁ ହୋଇଥିବା ଡିଲ୍ ସମ୍ପର୍କିତ ତଥ୍ୟ ସାମ୍ନାକୁ ଆସିଛି। ଗିରଫ ହୋଇଥିବା ୧୧୭ ଜଣ ପରୀକ୍ଷାର୍ଥୀଙ୍କଠାରୁ ୧୦ ଲକ୍ଷ ଟଙ୍କା ଲେଖାଏଁ ଆଦାୟ ହୋଇଥିଲା । ସୂଚନା ଅନୁସାରେ ରାଜ୍ୟରେ ହେବାକୁ ଥିବା ପୋଲିସ ଝଓ ପରୀକ୍ଷା ସ୍ଥଗିତ କରାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ତାରିଖରେ ହୋଇଥାନ୍ତା ଏସଆଇ ପରୀକ୍ଷା । ପରବର୍ତ୍ତୀ ସମୟରେ ପରୀକ୍ଷା ତାରିଖ ଘୋଷଣା ହେବ । ତେବେ ଲାଞ୍ଚ କାରବାର ଓ ଅନିୟମିତତା ଅଭିଯୋଗ ସାମ୍ନାକୁ ଆସିବା ପରେ ପରୀକ୍ଷା ସ୍ଥଗିତ ଘୋଷଣା ହୋଇଛି ।
ବଡ଼ କଥା ହେଲା ବ୍ରହ୍ମପୁର ପୋଲିସ ଆନ୍ଧ୍ର ଶ୍ରୀକାକୁଲମରୁ ୧୨୦ ପରୀକ୍ଷାର୍ଥୀଙ୍କୁ ଧରିବା ପରେ ବୋର୍ଡ ସଜାଗ ହୋଇଉଠିଥିଲା । ପରୀକ୍ଷା ପୂର୍ବରୁ ଜାଲିଆତି ପାଇଁ ଏହି ୧୨୦ ପରୀକ୍ଷାର୍ଥୀଙ୍କୁ ହାଇଦ୍ରାବାଦ ନିଆଯାଉଥିଲା । ତେବେ ପୋଲିସ ଖବର ପାଇ ସେମାନଙ୍କୁ ଶ୍ରୀକାକୁଲମରେ ଧରି ବ୍ରହ୍ମପୁର ଆଣି ପଚରାଉଚରା କରୁଛି । ପରୀକ୍ଷା ଦାୟିତ୍ବରେ ଥିବା ସଂସ୍ଥା ସେମାନଙ୍କୁ ଜାଲିଆତି ପାଇଁ ନେଉଥିଲା ବୋଲି ସୂଚନା ମିଳିଥିଲା । ଏହାପରେ ବୋର୍ଡ ପକ୍ଷରୁ ଏକ ହେଲ୍ପ ଲାଇନ ନମ୍ବର ମଧ୍ୟ ଜାରି କରାଗଲା ।
ପୋଲିସ ପରୀକ୍ଷା ସ୍ଥଗିତ ; ୧୧୭ ପରୀକ୍ଷାର୍ଥୀ, ୨ ଦଲାଲ ଗିରଫ

Facebook
Twitter
LinkedIn
Facebook
Twitter
LinkedIn
Recent News
ଉପର ପଡିଆରେ ବାଲିଯାତ୍ରା ଆୟୋଜନ ପ୍ରସ୍ତୁତି
କଟକ : ଉପର ପଡିଆରେ ବାଲିଯାତ୍ରା ଆୟୋଜନ ନେଇ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି । ହାଇକୋର୍ଟ ରାୟ ପରେ ସ୍ପଷ୍ଟ କଲେ କଟକ ଅତିରିକ୍ତ ଜିଲ୍ଲାପାଳ ।...
ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ
କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...
ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଲୁଟ
ଭଦ୍ରକ : ଡିକି ଭାଙ୍ଗି ନେଇଗଲେ ୪ ଲକ୍ଷ । ବାଇକ ଡିକି ଭାଙ୍ଗି ୪ ଲକ୍ଷ ୬୦ ହଜାର ଟଙ୍କା ଲୁଟ ହୋଇଥିବା ନେଇ ଅଭିଯୋଗ...
CBI ଜାଲରେ RPF ହାବିଲଦାର
ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...