ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାଥିରେ ମହିଳା ଏସପିଜି କମାଣ୍ଡୋ । ଯାହାର ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ ହେଉଛି । ଏସପିଜିରେ ମହିଳା କମାଣ୍ଡୋ ରହିବା ନୂଆ କଥା ନୁହେଁ । କିନ୍ତୁ ମହିଳା କମାଣ୍ଡୋ ଜଣକ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ଅଛନ୍ତି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ । କିନ୍ତୁ ଅନୁମାନ କରାଯାଉଛି, ଏହି ଫଟୋଟି ସଂସଦ ଭିତରର ଚିତ୍ର । ଏସପିଜିର ମହିଳା କମାଣ୍ଡୋଙ୍କୁ ସଂସଦରେ ନିୟୋଜିତ କରାଯାଇଥାଏ ।
ମହିଳା ଅତିଥିଙ୍କ ସୁରକ୍ଷା ପାଇଁ ସଂସଦର ଗେଟରେ ନିୟୋଜିତ ହୋଇଥାନ୍ତି ମହିଳା କମାଣ୍ଡୋ । ପ୍ରଧାନମନ୍ତ୍ରୀଙ୍କ ପାଖକୁ ଆସୁଥିବା ମହିଳା ଅତିଥିଙ୍କ ସହ ଏମାନଙ୍କୁ ଦେଖିବାକୁ ମିଳିଥାଏ । ୨୦୧୫ ପରଠାରୁ ମହିଳା କମଣ୍ଡୋଙ୍କୁ ନିୟୋଜିତ କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ବିଦେଶ ଗସ୍ତ ସମୟରେ ଆଡଭାନ୍ସ ସିକ୍ୟୁରିଟି ଲାଇଜନ ପାଇଁ ମହିଳା କମାଣ୍ଡୋକୁ ପଠାଯାଇଥାଏ । ବିଦେଶରେ ମଧ୍ୟ ମହିଳା କମାଣ୍ଡୋ ସୁରକ୍ଷା ଦାୟିତ୍ବରେ ଥିବା ଅଧିକାରୀଙ୍କୁ ସହଯୋଗ କରିଥାନ୍ତି । ଏସପିଜିରେ ୧୦୦ ପାଖାପାଖି ମହିଳା କମାଣ୍ଡୋ ରହିଛନ୍ତି ।
ପ୍ରଧାନମନ୍ତ୍ରୀ ମୋଦୀଙ୍କ ସୁରକ୍ଷାରେ ମହିଳା କମାଣ୍ଡୋ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











