The Ultimate Managed Hosting Platform
ADVERTISEMENT

ପ୍ରଯୋଜକ ରବୀନ୍ଦ୍ରନାଥଙ୍କ ପରଲୋକ

Facebook
Twitter
LinkedIn

ଭୁବନେଶ୍ୱର : ଚଳଚ୍ଚିତ୍ର ପ୍ରଯୋଜକ ରବୀନ୍ଦ୍ରନାଥ ସାହୁଙ୍କ ପରଲୋକ । କେନ୍ଦ୍ରାପଡାର ବି ଜଣେ ଜଣାଶୁଣା ବ୍ୟବସାୟୀ ଥିଲେ । ସେ ଆଜି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘଦିନ ଧରି ଚିକିତ୍ସାଧୀନ ଥିଲେ । ତାଙ୍କର ଧର୍ମପତ୍ନୀ, ୫ ପୁଅ ଓ ଜଣେ ଝିଅ ଅଛନ୍ତି ।
ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁଙ୍କ ପ୍ରଯୋଜିତ ପ୍ରଥମ ଓଡ଼ିଆ ଛବି ଥିଲା ‘ଏଇ ତ ଦୁନିଆଁ ’। ଏହାପରେ ରବୀନ୍ଦ୍ର ମୋହନ ସାହୁ ‘ବସ୍ତ୍ରହରଣ, ବୋହୂ ହେବ ଏମିତି, ପାଚେରି ଉଠିଲା ମଝି ଦୁଆରୁ, ନାଗପଞ୍ଚମୀ, ମଣି ନାଗେଶ୍ବରୀ, ଶାଶୁ ହାତକଡ଼ି ଭାଉଜ ବେଡ଼ି, କୁଳନନ୍ଦନ, ରସିକନାଗର ଓ ‘ଆଲୋ ମୋର କଣ୍ଢେଇ’ ଆଦି ଓଡ଼ିଆ ଛବି ଦର୍ଶକଙ୍କୁ ଭେଟି ଦେଇଥିଲେ। ସେ ଜଣେ ଅଭିନେତା, କାହାଣୀକାର ଓ ଗୀତିକାର ମଧ୍ୟ । ଅଶୀ ଦଶକରେ ରବୀନ୍ଦ୍ର ମୋହନ ସାହୁ ଭାରତୀୟ ଜନତା ପାର୍ଟି ବିଜେପି ରେ ଯୋଗ ଦେଇ ଥରେ କେନ୍ଦ୍ରାପଡ଼ା ପୌରପାଳିକାର କାଉନସିଲର୍ ଭାବେ ନିର୍ବାଚିତ ହୋଇଥିଲେ । ଏହାଛଡ଼ା ସେ ଥରେ କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ବିଜେପି ପ୍ରାର୍ଥୀ ଭାବେ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଥିଲେ। ଏହା ଅବଶ୍ୟ ଭିନ୍ନ କଥା ଯେ ସେଥିରେ ତାଙ୍କୁ ସଫଳତା ମିଳିନଥିଲା। ଏହାଛଡ଼ା ସେ କେନ୍ଦ୍ରାପଡ଼ା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ସଭାପତି ମଧ୍ୟ ଥିଲେ। ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁଙ୍କ ବିୟୋଗରେ ଓଲିଉଡରେ ଶୋକର ଛାୟା ଖେଳଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login