ଭୁବନେଶ୍ୱର : ରାସ୍ତାଘାଟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ । ପେଟ୍ରୋଲ ପମ୍ପ ସଂଘ ସହ ବୈଠକରେ ପରେ ଯୋଗାଣ ମନ୍ତ୍ରୀଙ୍କ ସୂଚନା । ବାହାରେ ବିକ୍ରି ହେଲେ ଚଢାଉ କରି କାର୍ଯ୍ୟାନୁଷ୍ଠାନ ହେବ । ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କରାଯାଇ ପାରିବ ନାହିଁ । କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି । ମଙ୍ଗଳବାର ଠାରୁ ବିଭିନ୍ନ ପେଟ୍ରୋଲ ପମ୍ପରେ ଯାଞ୍ଚ ହେବ । ଏ ନେଇ ଜିଲ୍ଲାପାଳମାନଙ୍କୁ ନିଦେ୍ର୍ଦଶ ଜାରି ହୋଇଛି କହିଲେ । ପେଟ୍ରୋଲ ପମ୍ପ ସଙ୍ଘ ଓ ଯୋଗାଣ ମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି ନିଆଯାଇଛି । ଅଧିକାରୀଙ୍କ ନିର୍ଦ୍ଦେଶ ବାହାରେ ବିନା ଲାଇସେନ୍ସରେ ପେଟ୍ରୋଲ ବିକ୍ରି କଲେ ବ୍ୟବସାୟୀଙ୍କ ଲାଇସେନ୍ସ ବାତିଲ କରାଯିବ ।
ସୂଚନାଯୋଗ୍ୟ, ଗତ ୧୨ ତାରିଖରେ ବାଲେଶ୍ଵର ଫକୀର ମୋହନ କଲେଜ ଛାତ୍ରୀ ନିଜ ଦେହରେ ପେଟ୍ରୋଲ ଢାଳି ଜୀବନ ହାରିବା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ଵର ଏମ୍ସରେ ତାଙ୍କର ମୃତ୍ୟୁ ଘଟିଥିଲା । ଏହାକୁ ନେଇ ସାରା ରାଜ୍ୟରେ ଚହଳ ପଡିଥିଲା । ରାଜନୀତି ଚରମରେ ପହଞ୍ଚିଥିଲା । କିଏ ପେଟ୍ରୋଲ ନେଇ ପୀଡ଼ିତାଙ୍କୁ ଦେଲା । ପେଟ୍ରୋଲ ପମ୍ପରୁ କିଏ ଖୋଲାରେ ପେଟ୍ରୋଲ ଦେଲା ତାକୁ ନେଇ ଅନେକ ପ୍ରଶ୍ନ ଲାଗି ରହିଛି । ସ୍ଥିତିକୁ ଦେଖି ଏବେ ରାଜ୍ୟ ସରକାରଙ୍କ ସହ ପେଟ୍ରୋଲ ପମ୍ପ ସଂଘ ଉପରୋକ୍ତ ନିଷ୍ପତ୍ତି ନେଇଛନ୍ତି ।
ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ମନା : ମନ୍ତ୍ରୀ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











