ସୋର : ବଜ୍ରାଘାତରେ ଗୋଟିଏ ପରିବାରର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ୱାଦା ଗାଁର ଗୋଟିଏ ପରିବାର ବିଲରେ କାମ କରିବା ବେଳେ ଆକାଶରୁ ଖସିଥିଲା ନିଆଁ । ଜଣଙ୍କର ମୃତ୍ୟୁ ଘଟିଥିଲା ବେଳେ ୪ ଜଣ ସୋର ମେଡିକାଲରେ ଭର୍ତ୍ତି । ଖବର ପାଇ ପୁଲିସ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିଥିଲେ। ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ।ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ହୋଇଥିଲା । ଗତକାଲି ୧୦ ଜଣଙ୍କର ମୃତ୍ୟୁ ହୋଇଥିଲା । ମୟୁରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ୨ ଜଣ ଲେଖାଁଏ ପ୍ରାଣ ହରାଇଥିବାବେଳେ କେନ୍ଦୁଝର, ଢେଙ୍କାନାଳ ଓ ଗଞ୍ଜାମ ଜିଲ୍ଲାରେ ଜଣେ ଲେଖାଁଏ ପ୍ରାଣ ହରାଇଛନ୍ତି । ବଜ୍ରପାତରେ ପ୍ରାଣ ହରାଇଥିଲା ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଁଏ ଅନୁକମ୍ପା ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ରାଜ୍ୟ ସରକାର ଆହତଙ୍କ ଚିକିତ୍ସା ଖର୍ଚ୍ଚ ବହନ କରିବେ ।
Views: 42