ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା ବଢିବା ସମ୍ଭାବନା । ଆଗାମୀ ୨ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢିବା ସମ୍ଭାବନା । ୧୮ ରୁ ୨୦ ତାରିଖ ମଧ୍ୟରେ ଶିଖର ଛୁଇଁପାରେ ଗ୍ରୀଷ୍ମଲହରୀ । ୨୦ ତାରିଖ ମଧ୍ୟରେ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ ସମ୍ଭାବନା । ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟରେ କିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବା ସମ୍ଭାବନା ରହିଛି। ଆସନ୍ତା ୫ ଦିନ ପର୍ୟ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ସେପଟେ ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଅଧିକ ଜଳୁଛି ଉପକୂଳ। ଉଷ୍ମ ଏବଂ ଆର୍ଦ୍ର ପାଣିପାଗ ପାଇଁ ଦିନ ସହ ରାତିରେ ବି ହେଉଛି ଅସମ୍ଭାଳ ତାତି। ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ତାତିରୁ ନିସ୍ତାର ମିଳିବନି।
Views: 77











