ଭୁବନେଶ୍ୱର : ଅବପାତ ପ୍ରଭାବରେ ଓଡିଶାରେ ପ୍ରବଳ ବର୍ଷା ନେଇ ଆଇଏମଡିର ଆକଳନ । ଏ ନେଇ ସୂଚନା ଦେଲେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ବନ୍ୟାଜନିତ ସ୍ଥିତି ସୃଷ୍ଟିର ହେବାର ସମ୍ଭାବନା ରହିଛି । ଅବପାତଜନିତ ବର୍ଷା ବନ୍ୟା ଭଳି ସ୍ଥିତି ଆଣିପାରେ । ଆଜି ଉତ୍ତର ଓଡିଶା, କାଲିଠୁ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷିବ । ଗୋଟିଏ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ । ଅନ୍ୟ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
Views: 81











