The Ultimate Managed Hosting Platform
ADVERTISEMENT

ବର୍ଷା ନେଇ ଏସଆରସିଙ୍କ ସତର୍କତା, ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ନିଦେ୍ର୍ଦଶ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି । ସତର୍କ ରହିବାକୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଏସଆରସିଙ୍କ ନିଦେ୍ର୍ଦଶ । ଆଜି ସୃଷ୍ଟି ହେବାକୁ ଥିବା ଲଘୁଚାପ ନେଇ ସତର୍କ କରାଇଲେ । ବଜ୍ରପାତ ଅଘଟଣ ଏଡାଇବାକୁ ଲୋକଙ୍କୁ ସଚେତନ କରିବାକୁ କହିଲେ । କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିଦେ୍ର୍ଦଶ । ଲୋକମାନେ ପାଣିପାଗ ଉପରେ ନଜର ରଖିବା ସହ ବିଜୁଳି, ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନରେ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ ରହିଛି । ଯଦି ବର୍ଷା, ବିଜୁଳି, ଘଡ଼ଘଡ଼ି କିମ୍ବା କୁଆପଥର ମାଡ଼ ଯୋଗୁ କ୍ଷୟକ୍ଷତି ଘଟିଲେ ତୁରନ୍ତ ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି । ଅନ୍ୟପଟେ ଆଜି ସୃଷ୍ଟି ହେବ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପାସଗର ଉପରେ ଲୋ ପ୍ରେସର ସୃଷ୍ଟି ହେବା ସମ୍ଭାବନା । ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହେବ । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।ବର୍ଷା ଓ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ଆଜିଠାରୁ ଜୁନ ୧ ତାରିଖ ପର୍ୟ୍ୟନ୍ତ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login