ଭୁବନେଶ୍ୱର ; ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ମଧ୍ୟ ସାମିଲ ହୋଇପାରନ୍ତି । ମୁଖ୍ୟମନ୍ତ୍ରୀ ପିଏମଓ ସହ ଯୋଗାଯୋଗରେ ଅଛନ୍ତି କହିଲେ ରାଜସ୍ୱ ମନ୍ତ୍ରୀ । ବର୍ଷ ପୂର୍ତ୍ତିକୁ ଉତ୍ସବ ନୁହେଁ , ଉତ୍ତରଦାୟୀ କାର୍ଯ୍ୟକ୍ରମ ଭାବେ ପାଳିବୁ । ରାଜ୍ୟରେ ଜୁନି ୧୨ରୁ ୧୯ ଯାଏ ଚାଲିବ ବିଭିନ୍ନ କାର୍ଯ୍ୟକ୍ରମ । ଜିଲ୍ଲାଠୁ ନେଇ ବ୍ଲକ , ପଞ୍ଚାୟତ , ପୈାରସଂସ୍ଥାରେ କାର୍ଯ୍ୟକ୍ରମ କରାଯିବ । ବର୍ଷକରେ ୧୧ ନିର୍ବାଚନ ପ୍ରତିଶ୍ରୁତି ପୂରଣ ହୋଇଛି । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଆସନ୍ତା ମାସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିପାରନ୍ତି। ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ୟ୍ୟକ୍ରମରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି। ସେ କହିଛନ୍ତି, ଓଡ଼ିଶାରେ ବିଜେପି ସରକାର ଗଠନ ହେବାର ଏଗାର ମାସରେ ଦିଆଯାଇଥିବା ଅଧିକାଂଶ ପ୍ରତିଣ୍ରୁତି ପୂରଣ କରାଯାଇଛି। ଏଣୁ ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ଯୋଗ ଦେବା ଆମର ଇଚ୍ଛା।
ବର୍ଷ ପୂର୍ତ୍ତିକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ !

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...