The Ultimate Managed Hosting Platform
ADVERTISEMENT

ବଳଙ୍ଗା ନାବାଳିକା ପୋଡି ଘଟଣା : ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଟମାଟୋ ମାଡ କଲା କଂଗ୍ରେସ

Facebook
Twitter
LinkedIn

ଭୁବନେଶ୍ୱର : ବଳଙ୍ଗା ନାବାଳିକା ପୋଡି ଘଟଣା । ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ଟମାଟୋ ମାଡ କଲା କଂଗ୍ରେସ । ରାଜ୍ୟ ମହିଳା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନେତୃତ୍ବରେ କର୍ମୀମାନେ ଶ୍ରୀମତୀ ପରିଡ଼ାଙ୍କ ବାସଭବନ ଉପରକୁ ଟମାଟୋ ମାଡ଼ କରିଛନ୍ତି। ଜବାବରେ କଂଗ୍ରେସର କିଛି ମହିଳା କର୍ମୀଙ୍କୁ ପୁଲିସ ଉଠାଇ ନେଇଛି। ସୂଚନାଯୋଗ୍ୟ, ପୁରୀଜିଲ୍ଲା ବଳଙ୍ଗା ଥାନା ବାଇଆବରର ନାବାଳିକା ଜଣକ ଆଜି ପୂର୍ବାହ୍ଣରେ ନିଜ ସାଙ୍ଗ ଘରକୁ କୌଣସି କାମରେ ଯାଉଥିଲା। ଏହି ସମୟରେ ଦୁର୍ବୃତ୍ତମାନେ ନାବାଳିକାକୁ ଅନୁସରଣ କରିଥିଲେ ଏବଂ ଅପହରଣ କରି ଏକ ନିର୍ଜନ ସ୍ଥାନକୁ ନେଇଯାଇଥିଲେ। ସେଠାରେ ନିଆଁ ଲଗାଇ ଦେଇଥିଲେ। ଦେହରେ ନିଆଁ ଲାଗିବା ପରେ ନାବାଳିକା ଏଣେତେଣେ ଦୌଡ଼ିବାରେ ଲାଗିଥିଲେ। ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login