ଭୁବନେଶ୍ୱର : ବସ୍ତିରେ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍ ଗେଟସ୍ । ଭୁବନେଶ୍ୱର ଲୁମ୍ବିନୀ ବିହାର ମା ମଙ୍ଗଳା ବସ୍ତିରେ ବିଲ ଗେଟସ । ଘରକୁ ଘର ଯାଇ ବସ୍ତି ବାସିନ୍ଦାଙ୍କୁ ଭେଟି ଆଲୋଚନା କରୁଛନ୍ତି । ବିଭିନ୍ନ ମୈାଳିକ ସୁବିଧା ସମ୍ପର୍କରେ ପଚାରି ବୁଝୁଛନ୍ତି ବିଲ ଗେଟସ୍ । ଘରକୁ ଘର ଯାଇ ସେମାନଙ୍କ ବିଷୟରେ ପଚାରି ବୁଝିଛନ୍ତି । ତାଙ୍କ ସହ ସରକାରୀ ଅଧିକାରୀ ମଧ୍ୟ ଉପସ୍ଥିତ ଅଛନ୍ତି । ଏହାସହ ବିଲ୍ ଗେଟ୍ସ କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ୟ୍ୟକ୍ରମ ରହିଛି । କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ ଓଡ଼ିଶା ସରକାର । ଯାହାଦ୍ୱାରା କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା ।
Views: 88











