ଆନନ୍ଦପୁର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜୀବନ । ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା ରାଜ୍ୟ ରାଜପଥ ୫୩ର ଚଣ୍ଡୀବିରଞ୍ଚିପୁର ଛକ ନିକଟରେ ବାଇକକୁ ଟ୍ରକ ମୁହାଁମୁହିଁ ଧକ୍କା ଦେବା ଫଳରେ ଦୁଇ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଯାଇଛି । ଉଭୟ ମୃତକଙ୍କ ପରିଚୟ ଅସ୍ପଷ୍ଟ ଥିବା ବେଳେ ନନ୍ଦିପଦା ପୋଲିସ ମୃତଦେହକୁ ଉଦ୍ଧାର କରି ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରିଛି । ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଟ୍ରକ ଡ୍ରାଇଭର ଥାନାରେ ଆତ୍ମସମର୍ପଣ କରିଛି । ପୋଲିସ ଅଧିକ ତଦନ୍ତ ଜାରି ରଖିଛି।
Views: 102











