ଭୁବନେଶ୍ୱର : ବାଜ୍ୟାପ୍ତି ହେବ ରାଜା ଚକ୍ରର ଆଲିସାନ ଫାର୍ମ ହାଉସ । ସିଲ ପରେ ଫାର୍ମ ହାଉସ ବାଜ୍ୟାପ୍ତି ନେଇ ଆରମ୍ଭ ହେଲା ପ୍ରକ୍ରିୟା । କେନ୍ଦୁଝର ଗୋପାଳପୁର ମୈାଜାରେ ରହିଛି ଫାର୍ମ ହାଉସ । ୧୧.୧ ଏକର ଜମିରୁ ମାତ୍ର ୩.୫ ଏକର ଜମି ନିଜ ନାମରେ ରହିଛି । ସ୍ଥାନୀୟ ପ୍ରଶାସନ ସାହାଯ୍ୟରେ କରାଯାଇଛି ମାପଚୁପ । ୧୧ ଏକର ଜମି ମଧ୍ୟରୁ ୭.୪ ଏକର ସରକାରୀ ଜମିରେ ଚିଲଡ୍ରେନ ପାର୍କ, ଅଲିଶାନ ବଙ୍ଗଳା , ସୁଉଚ୍ଚ ତୋରଣ, ଆମ୍ବ ବଗିଚା, ପୋଖରୀ ସହ ରହିଛି କୋଣାର୍କ ଚକ୍ର, ଅନେକ୍ ଷ୍ଟାଚ୍ୟୁ । ଫାର୍ମ ହାଉସ୍ ଭିତରେ ବିଳାସମୟ କଟେଜ ସହ ପାର୍ଟି ହାଉସ୍ ରହିଛି । ସେପଟେ ରାଜା ଚକ୍ର ମାମଲାରେ ଅନ୍ତରୀଣ ଚାର୍ଜସିଟ୍ ଦାଖଲ ହୋଇଥିବା ବେଳେ ସ୍କାନରରେ ଅଛନ୍ତି ଏକାଧିକ ପ୍ରଭାବଶାଳୀ ବ୍ୟକ୍ତି । ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ । ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ରାଜା ଚକ୍ର ସମେତ ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଥିଲେ। ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିଲେ ।
ବାଜ୍ୟାପ୍ତି ହେବ ରାଜାର ଫାର୍ମ ହାଉସ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...