ଭୁବନେଶ୍ୱର : ରାଜ୍ୟରେ ବାଲି ମାଫିଆମାନେ ମାତିଛନ୍ତି। ସରକାରୀ ସଂପତ୍ତି ଲୁଟ୍ କରି ମାଫିଆମାନେ ବ୍ୟକ୍ତିଗତ ଭାବେ ଲାଭବାନ ହେଉଛନ୍ତି। ଏମାନଙ୍କ ଉପରେ ସରକାର ନଜର ରଖିଛନ୍ତି। ତେଣୁ ବାଲି ମାଫିଆମାନେ ସାବଧାନ ହେବା ଦରକାର। ବାଲି ଚୋରଙ୍କୁ ଏଣିକି ଛଡା ଯିବ ନାହିଁ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ରାଉରକେଲା ହକି ଭିଲେଜରେ ଆୟୋଜିତ ବୁଦ୍ଧିଜୀବି ସମ୍ମିଳନୀରେ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି, ନୂଆ ସରକାର ଆସିବାର ଆଠ ମାସ ଭିତରର ବାଲିରୁ ଆସୁଥିବା ରାଜସ୍ୱରେ ବୃଦ୍ଧି ଘଟିଛି। ଆଗକୁ ବାଲି ଭଳି ଉତ୍ସରୁ ଆସୁଥିବା ରାଜସ୍ବର ଅଭିବୃଦ୍ଧି ଘଟିବା ସହ ବାଲି ମାଫିଆଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆଯିବ। ରାଜସ୍ବ ମନ୍ତ୍ରୀ କହିଛନ୍ତି ଯେ, ବାଲି ମାଫିଆମାନଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଆରମ୍ଭ ହୋଇସାରିଛି। ଏଣିକି ବାଲି ଚୋରା ଚାଲାଣ ରୋକିବାକୁ ନୂଆ ଆଇନ ଅଣା ଯିବା ସହ ବାଲି ମାଫିଆଙ୍କ ବିରୋଧରେ ଦୃଢ଼ କାର୍ୟ୍ୟାନୁଷ୍ଠାନ ନିଆ ଯିବ। ଆଗରୁ ବାଲି ଖାଦାନ ରାଜସ୍ବ ବିଭାଗ ଅଧୀନରେ ଆସୁଥିଲା। ପୂର୍ବ ସରକାର ଏହାକୁ ମାଇନ୍ସ ବିଭାଗକୁ ଆଣିଲେ। ରାଜ୍ୟ ସରକାର ଏବେ ମାଇନ୍ସ ବିଭାଗରେ କର୍ମଚାରୀ ଅଭାବକୁ ଦୂର କରିବା ସହ ନୂଆ ଇନ୍ଫ୍ରାଷ୍ଟକଚର ତିଆରି ପାଇଁ ଲାଗିଛନ୍ତି।
ବାଲି ଚୋରି ରୋକିବାକୁ ଅଣାଯିବ ନୂଆ ଆଇନ : ମନ୍ତ୍ରୀ ସୁରେଶ ପୂଜାରୀ

Facebook
Twitter
LinkedIn
Facebook
Twitter
LinkedIn
Recent News
ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ
ବିହାର : ଆମ୍ବ ପାଇଁ ସ୍ୱାମୀ ସହ ଝଗଡା କରି ଜୀବନ ହାରିଲେ ସ୍ତ୍ରୀ । ବିହାର ସିବାନ ଜିଲ୍ଲାରେ ଘଟିଛି ଏହି ଘଟଣା । ଭଗବାନପୁର...
ରୋହିଙ୍ଗ୍ୟା ସନେ୍ଦହରେ ପ୍ରାୟ ୪୪୦ ଅଟକ
ଝାରସୁଗୁଡା : ଝାରସୁଗୁଡ଼ାରେ ରୋହିଙ୍ଗ୍ୟା । ରୋହିଙ୍ଗ୍ୟା ସନ୍ଦେହରେ ପ୍ରାୟ ୪୪୦ ଜଣ ଅଟକ। ଝାରସୁଗୁଡାର ବ୍ଲାକ ଡାଇମଣ୍ଡ ସ୍କୁଲ ଓ ଏକ କଲ୍ୟାଣ ମଣ୍ଡପରେ ଅଟକମାନଙ୍କୁ...
ଆସନ୍ତାକାଲି ଭାରତ ବନ୍ଦ, ମିଳିତ ମଞ୍ଚର ଧର୍ମଘଟ ଡାକରା
ନୂଆଦିଲ୍ଲୀ : ଆସନ୍ତାକାଲି ଭାରତ ବନ୍ଦ । ୨୫ କୋଟିରୁ ଅଧିକ ଶ୍ରମିକ, ଯେଉଁମାନେ ବ୍ୟାଙ୍କିଙ୍ଗ, ଡାକ ସେବା, ଖଣି, ନିର୍ମାଣ ଓ ପରିବହନ ଭଳି ସରକାରୀ...
ଆସାମରେ ଭୂକମ୍ପର ଝଟକା
ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...