ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ବାୟୁସେନାର ଯୁଦ୍ଧ ବିମାନ ‘ମିରାଜ-୨୦୦୦’ କ୍ରାସ୍ ହୋଇଛି । ତେବେ ଦୁର୍ଘଟଣା ପୂର୍ବରୁ ଦୁଇ ପାଇଲଟ୍ ସୁରକ୍ଷିତ ଭାବରେ ବାହାରି ଆସିଥିଲେ । ପାଇଲଟ୍ ନିଜେ କଲ୍ କରି ସାଥୀମାନଙ୍କୁ ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇଥିଲେ । ଦୁର୍ଘଟଣା ବିଷୟରେ ଖବର ମିଳିବା ପରେ ସ୍ଥାନୀୟ ପ୍ରଶାସନ ତୁରନ୍ତ ଏକ ଟିମକୁ ଘଟଣାସ୍ଥଳକୁ ପଠାଇଛି । ଏ ପର୍ୟ୍ୟନ୍ତ ବିମାନ ଦୁର୍ଘଟଣାର କାରଣ ଜଣାପଡ଼ି ନାହିଁ । ଶିବପୁରୀର ବହରେଟା ସାନୀ ଗାଁ ନିକଟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି ।
Views: 66











