ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝୀଙ୍କ ସରକାରଙ୍କ ପକ୍ଷରୁ ବିକଶିତ ଗାଁ, ବିକଶିତ ଓଡ଼ିଶା’ ପାଇଁ ବିସ୍ତୃତ ମାର୍ଗଦର୍ଶିକା ଜାରି କରାଯାଇଛି। ଜିଲ୍ଲାପାଳ ଓ ବିଡିଓଙ୍କୁ ଏହି ମାର୍ଗଦର୍ଶିକା ପଠାଯାଇଛି । ଆସନ୍ତା ଫେବ୍ରୁଆରି ମାସ ୧୫ ତାରିଖ ସୁଦ୍ଧା ପ୍ରତି ଗାଁ ସେହି ଅନୁସାରେ ୫ ବର୍ଷିଆ ଯୋଜନା ତାଲିକା ପ୍ରସ୍ତୁତ କରି ପଠାଇବାକୁ କୁହାଯାଇଛି । ୨୦୨୪-୨୫ରେ ବିକଶିତ ଗାଁ, ବିକଶିତ ଓଡ଼ିଶା ପାଇଁ ସରକାର ବଜେଟ୍ରେ ୧୦୦୦ କୋଟି ଟଙ୍କାର ବ୍ୟୟବରାଦ ରଖିଛନ୍ତି । ନୂଆ ମାର୍ଗଦର୍ଶିକା ମୁତାବକ ଏହି ଟଙ୍କାକୁ ପ୍ରତି ପଞ୍ଚାୟତକୁ ଆବଣ୍ଟନ କରାଯିବ। ନୂଆ ବ୍ୟବସ୍ଥା ଅନୁସାରେ ପଛୁଆ ବା ଆଦିବାସୀ ବହୁଳ ଅଞ୍ଚଳକୁ ଏହି ଯୋଜନାରେ ସର୍ବାଧିକ ପ୍ରାଥମିକତା ଦିଆଯିବ।
Views: 40