ଭୁବନେଶ୍ୱର : ବିଧାନସଭା ବଜେଟ ଅଧିବେଶନ ଆରମ୍ଭ । ରାଜ୍ୟପାଳଙ୍କ ଅଭିଭାଷଣରୁ ଗୃହ ଆରମ୍ଭ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ । ଖଣିଜ ସଂପଦରେ ଭରପୂର ଓଡିଶା । ନିଜର ଐତିହ୍ୟ, କୀର୍ତ୍ତିରାଜିକୁ ନେଇ ପରିଚିତ ଓଡିଶା । ଗରିବ, ଯୁବ, ଅନ୍ନଦାତା, ନାରୀଶକ୍ତି ମୋ ସରକାରର ମୁଖ୍ୟ ଫୋକସ । ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି କହିଛନ୍ତି,୧.୩୬ ଲକ୍ଷ ପଞ୍ଜିକୃତ କୃଷକଙ୍କ ପାଇଁ ଚାଷବୀମା କରାଯାଇଛି। ସ୍ବାଭିମାନ ଅଞ୍ଚଳରେ ବଳଭଦ୍ର ଜୈବିକ ଚାଷ ମିଶନ ଆରମ୍ଭ କରାଯାଇଛି। ଏଣେ ‘ସୁଭଦ୍ରା’ ଯୋଜନାରେ କୋଟିଏ ମହିଳା ଲାଭବାନ ହୋଇଛନ୍ତି। ୨୦୩୬ ସୁଦ୍ଧା ସମୃଦ୍ଧ ଓଡ଼ିଶା ଗଠନର ଲକ୍ଷ୍ୟ ରଖାଯାଇଛି। ସୂଚନାଯୋଗ୍ୟ, ଆଜି ୧୩ ଫେବ୍ରୁୟାରିଠାରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ବଜେଟ ଅଧିବେଶନରେ ୨୮ଟି କାର୍ୟ୍ୟଦିବସ ରହିଛି।
Views: 28