ମାଲକାନଗିରି : ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ୧୧ ଜଣଙ୍କ ଜୀବନ । ବୋଲେରୋକୁ ପିଟିଲା ଟ୍ରକ। ଛତିଶଗଡ଼ ବଲୋଦ ଜିଲ୍ଲାରେ ସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୧୧ ଜଣଙ୍କ ଜୀବନ। ମୃତକଙ୍କ ମଧ୍ୟରେ ୫ ମହିଳା, ୨ ଶିଶୁ ଓ ୪ଜଣ ପୁରୁଷ ଅଛନ୍ତି। ବିବାହ କାର୍ୟ୍ୟରେ ଯୋଗଦେବାକୁ ଯାଉଥିବାବେଳେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି।
ଗତକାଲି ଭଟ୍ଟଗାଁର ଗୋଟିଏ ପରିବାରର ଲୋକ ବୋଲେରୋରେ କାଙ୍କେର ଜିଲ୍ଲାର ମରକାଟୋଲାକୁ ଏକ ବିବାହ ଭୋଜିରେ ଯୋଗ ଦେବାକୁ ଯାଇଥିଲେ। ସେଠାରୁ ଫେରୁଥିବାବେବେଳେ ରାତି ପ୍ରାୟ ୯ଟା ସମୟରେ ୩୦ ନମ୍ବର ଜାତୀୟ ରାଜପଥ ଜାଗତରା ନିକଟରେ ସାମ୍ନା ପଟୁ ଏକ ଟ୍ରକ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବୋଲେରୋଟି ପୁରା ଚାପି ହୋଇଯାଇଥିଲା। ଘଟଣାସ୍ଥଳରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିଲା। ଏକ ଛୋଟ ଶିଶୁ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ତାକୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଶିଶୁଟିର ମୃତ୍ୟୁ ହୋଇଛି। ସମସ୍ତ ମୃତକ ଧମତରୀ ଜିଲ୍ଲା ସୋରମ ଭଟ୍ଟଗାଁରେ।
ବିବାହ ଭୋଜିରୁ ଫେରିବା ବେଳେ ଘଟିଲା ଦୁର୍ଘଟଣା , ଗୋଟିଏ ପରିବାରର ୧୧ ଜଣଙ୍କ ମୃତ୍ୟୁ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











