The Ultimate Managed Hosting Platform
ADVERTISEMENT

ବିମାନ ଦୁର୍ଘଟଣା ; ୨ ପାଇଲଟ ମୃତ

Facebook
Twitter
LinkedIn

ତେଲେଙ୍ଗାନା : ତେଲେଙ୍ଗାନାରେ ଟ୍ରେନର ଏୟାରକ୍ରାଫ୍ଟ ଦୁର୍ଘଟଣା ଗ୍ରସ୍ତ । ୨ ପାଇଲଟଙ୍କ ମୃତ୍ୟୁ । ହାଇଦ୍ରାବାଦରୁ ଏଏଫଏରୁ ଟ୍ରେନିଂ ପାଇଁ ଉଡାଣ ଆରମ୍ଭ କରି ଖସି ପଡିଲା । ବାୟୁସେନା ପକ୍ଷରୁ କୋର୍ଟ ଅଫ ଏନକ୍ୱାରୀ ନିଦେ୍ର୍ଦଶ । ଭାରତୀୟ ବାୟୁସେନା ଅଧିକାରୀ କହିଛନ୍ତି କି, ସକାଳ ୮.୫୫ ମିନିଟରେ ତେଲେଙ୍ଗାନାର ଡିଣ୍ଡିଗୁଲରେ ଏୟାରଫୋର୍ସ ଏକାଡେମୀର ପିଲାଟସ ଟ୍ରେନିଂ ଏୟାରକ୍ରାଫ୍ଟ ଦୁର୍ଘଟଣାର ଶିକାର ହୋଇଥିଲା । ଏହି ଘଟଣାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦୁଃଖ ପ୍ରକାଶ କରିଛନ୍ତି ।
ଖବର ମୁତାବକ, ତେଲେଙ୍ଗାନାର ଡିଣ୍ଡିଗୁଲ ସ୍ଥିତ ବାୟୁସେନା ଏକାଡେମୀରେ ଟ୍ରେନିଂ ବେଳେ ବିମାନ ପିସି-୭ ଏମକେ-୨ କ୍ରାସ୍ ହୋଇଛି । ଏଥିରେ ଦୁଇ ଜଣ ପାଇଲଟ ଥିଲେ । ଜଣେ ପ୍ରଶିକ୍ଷକ ଓ ଆଉ ଜଣେ କ୍ୟାଡେଟ୍ ସାମିଲ ଥିଲେ। ତେବେ କେଉଁ କାରଣରୁ ଏହି ଦୁର୍ଘଟଣା ଘଟିଲା ସେ ନେଇ କୌଣସି ସୂଚନା ମିଳିନାହିଁ । ତଦନ୍ତ ଜାରି ରହିଥିବା ଭାରତୀୟ ବାୟୁସେନା ଅଧିକାରୀ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login