ଅଯୋଧ୍ୟା : ଦର୍ଶନ ଦେଲେ ମହାପ୍ରଭୁ ଶ୍ରୀରାମ। ଅଯୋଧ୍ୟା ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପର୍ଣ୍ଣ। କାଶୀ ପୀଠର ବେଦଜ୍ଞ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟ ସମ୍ପର୍ଣ୍ଣ। ମୁଖ୍ୟ ଯଜମାନ ଭାବେ ଦାୟିତ୍ୱ ନିର୍ବାହ କଲେ ପ୍ରଧାନମନ୍ତ୍ରୀ। ସୁନା ବେଶରେ ରାମଲଲାଙ୍କ ମନୋରମ ଛବି ମନ ମୋହୁଛି । ପ୍ରଥମେ ପବିତ୍ର ସରଯୁ ନଦୀରେ ସ୍ନାନ ତର୍ପଣ ପରେ ପୂର୍ବ ଦିଗରେ ମନ୍ଦିର ମଧ୍ୟକୁ ପ୍ରବେଶ କରିବା ପରେ ଅରମ୍ଭ ହୋଇଥିଲା ପ୍ରାଣ ପ୍ରତିଷ୍ଠା ରୀତିନୀତି । ଆରଏସଏସ ମୁଖ୍ୟ ମୋହନ ଭାଗବତ ଉପସ୍ଥିତ। ୟୁପି ରାଜ୍ୟପାଳ ଆନନ୍ଦୀବେନ ପଟେଲ ଉପସ୍ଥିତ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଉପସ୍ଥିତ। ପ୍ରାଣପ୍ରତିଷ୍ଠା ବେଳେ ହେଲିକପ୍ଟରରୁ ପୁଷ୍ପ ବର୍ଷା। ହେଲିକପ୍ଟର ଦ୍ୱାରା ଆକାଶ ମାର୍ଗରୁ ପୁଷ୍ପ ବର୍ଷା।
Views: 78











