The Ultimate Managed Hosting Platform
ADVERTISEMENT

ବ୍ୟାରିକେଡ ଭାଙ୍ଗିଲା ବିଜେଡି ; ପୋଲିସର ପାଣିମାଡ

Facebook
Twitter
LinkedIn

ଭୁବନେଶ୍ୱର : ପଞ୍ଚାୟତ ପ୍ରତିନିଧି କ୍ଷମତା ସଙ୍କୁଚିତ ଅଭିଯୋଗରେ ବିଜେଡିର ପ୍ରତିବାଦ । ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ ପ୍ରଦର୍ଶନ । ୨ଟି ବ୍ୟାରିକେଡ ଭାଙ୍ଗିଲେ ବିଜେଡି କର୍ମୀ , ଗାନ୍ଧି ମାର୍ଗରେ ଖଣ୍ଡଯୁଦ୍ଧ ସ୍ଥିତି । ବିଧାନସଭା ଆଡକୁ ଅଗ୍ରସର ବେଳେ ବିକ୍ଷୋଭକାରୀଙ୍କୁ ଉଠାଇନେଲା ପୋଲିସ । ପରିସ୍ଥିତି ନିୟନ୍ତ୍ରଣ ପାଇଁ ବିକ୍ଷୋଭକାରୀଙ୍କ ଉପରକୁ ପୋଲିସର ପାଣି ମାଡ । ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୋଲିସ ମୁହାଁମୁହିଁ ହୋଇଛନ୍ତି । କିଛି ଆନ୍ଦୋଳନକାରୀଙ୍କୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି ।
ସୂଚନା ଅନୁସାରେ ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର, ସମିତି ସଭ୍ୟ, ଜିଲ୍ଲା ପରିଷଦ ସଦସ୍ୟ, ବ୍ଲକ ଅଧ୍ୟକ୍ଷ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଗାଁ ମୁଖିଆ ତଥା ଅନ୍ୟ ଜନ ପ୍ରତିନିଧି ଆନ୍ଦୋଳନରେ ସାମିଲ ହୋଇଛନ୍ତି । ତ୍ରିସ୍ତରୀୟ ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ଘେରାଉ କରିଛି ଦଳ । ପଞ୍ଚାୟତ ସମିତି ଆଇନକୁ କ୍ଷୁଣ୍ଣ କରାଯାଇଛି ବୋଲି ଅଭିଯୋଗ କରିଛି ବିଜେଡି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login