ଭୁବନେଶ୍ୱର : ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନରେ କଟକ ଓ ଭୁବନେଶ୍ୱରରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ଆଜି ଏମ୍ସ ଭୁବନେଶ୍ୱରର ସମାବର୍ତ୍ତନ କାର୍ୟ୍ୟକ୍ରମରେ ଯୋଗ ଦେବେ । ଏହାପରେ ଜୁଲାଇ ୧୫ ତାରିଖରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ । ଏହାପରେ ରେଭେନ୍ସା ବାଳିକା ଉଚ୍ଚବିଦ୍ୟାଳୟ ଉନ୍ନତୀକରଣ କାର୍ୟ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।
Views: 52











