ନୂଆଦିଲ୍ଲୀ : ତାମିଲନାଡ଼ୁର ତିରୁପଥୁର ଜିଲ୍ଲାରେ ଆଜି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଗାଡି ଖରାପ ହୋଇଯିବାରୁ ରାସ୍ତାକଡରେ ବସିଥିବା ସମୟରେ ମାଡିଗଲା ଟ୍ରକ୍। ମହିଳାମାନେ କର୍ଣ୍ଣାଟକରୁ ଫେରୁଥିଲେ । ଆହତମାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି ।
ଘଟଣାରେ ମୃତକଙ୍କ ପରିଜନଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଏବଂ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ ଗଭୀର ସମବେଦନା ଜଣାଇବା ସହିତ ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ମୃତକଙ୍କ ପରିଜନଙ୍କୁ ୨-୨ ଲକ୍ଷ ଟଙ୍କାର ସହାୟତା ରାଶି ଆହତଙ୍କୁ ୫୦-୫୦ ହଜାର ଟଙ୍କା ଘୋଷଣା କରିଛନ୍ତି । ସେହିପରି ଷ୍ଟାଲିନ ମଧ୍ୟ ପୀଡିତଙ୍କ ପରିବାରଙ୍କୁ ୧-୧ ଲକ୍ଷ ଟଙ୍କା ଘୋଷଣା କରିଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ ଫାଣ୍ଠିରୁ ୫୦-୫୦ ହଜାର ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।
ଖବର ମୁତବାକ, ପୀଡିତମାନେ ଦୁଇଟି ଭ୍ୟାନ ଜରିଆରେ ଘରକୁ ଫେରୁଥିଲେ । ତିରୁପଥୁର ଜିଲ୍ଲାର ଏକ ସ୍ଥାନରେ ହଠାତ୍ ସେମାନଙ୍କ ଗାଡିର ଟାୟାର ଫାଟିଯାଇଥିଲା । ଫଳରେ ଯାତ୍ରୀ ଗାଡିରୁ ଓହ୍ଲାଇ ବସିଥିବା ବେଳେ ଡ୍ରାଇଭର ଗାଡିର ଚକା ମରାମତି କରୁଥିଲେ । ତେବେ ହଠାତ୍ ବେଙ୍ଗାଲୁର ପଟୁ ଆସୁଥିବା ଏକ ଲରି ଭ୍ୟାନକୁ ପଛପଟୁ ଧକ୍କା ଦେବା ସହିତ ବସିଥିବା ମହିଳାଙ୍କ ଉପରେ ମାଡିଯାଇଥିଲା । ଘଟଣା ସ୍ଥଳରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ତିରୁପଥୁର ଏବଂ ବାନିୟମବାଡି ସରକାରୀ ହସପିଟାଲରେ ଭର୍ତ୍ତି କରାଯାଇଛି ।
ଭୟଙ୍କର ସଡ଼କ ଦୁର୍ଘଟଣାରେ ୭ ମୃତ, ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କ ସହାୟତା ରାଶି ଘୋଷଣା

Facebook
Twitter
LinkedIn
Facebook
Twitter
LinkedIn
Recent News
ଔଷଧୀୟ ଗୁଣରେ ଭରପୁର ରସୁଣ ; କ୍ୟାନ୍ସର ହେବାର ସମ୍ଭାବନାକୁ କମାଇଥାଏ !
ବ୍ୟୁରୋ : ବିଭିନ୍ନ ଔଷଧୀୟ ଗୁଣରେ ଭରା ରସୁଣ । ଏଥିରେ ପ୍ରୋଟିନ୍, ଭିଟାମିନ୍ ଏ, ବି, ସି , ଭରପୁର ମାତ୍ରାରେ ରହିଥାଏ । ରସୁଣ...
ପୋଲିସ SI ପରୀକ୍ଷା କେଁ ; ଲୁକ ଆଉଟ ସର୍କୁଲାର ଜାରି
ଭୁବନେଶ୍ୱର : ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । ଜାରି ହେଲା ଲୁକଆଉଟ ସର୍କୁଲାର । ଫେରାର ଅଭିଯୁକ୍ତଙ୍କ ବିରୋଧରେ ଲୁକ ଆଉଟ ସର୍କୁଲାର ଜାରି ।...
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ
କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...
ସୁନା ପରେ ଏବେ ରୁପା ଦର ଉପରମୁହାଁ ; ରୁପା କେଜି ୧ ଲକ୍ଷ ୯୦ ହଜାର ଛୁଇଁଲାଣି
ବ୍ୟୁରୋ : ଧନତେରାସ ପୂର୍ବରୁ ସୁନା ରୁପା ଦର ଏବେ ବଢିବାରେ ଲାଗିଛି । ସୁନା ପରେ ଏବେ ରୁପା ଦର ଖୁବ ବଢିଲାଣି । ଅକ୍ଟୋବର...