ଭୁବନେଶ୍ବର: ବାଘକୁ ନେଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ଉପରେ କଡା ଜବାବ ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ । ସେ କହିଛନ୍ତି, ଓଡ଼ିଶାରୁ ଆଉ କିଛି ବାଘ ପଶ୍ଚିମବଙ୍ଗ ଯାଇନି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ସମ୍ମାନ ପାଇବେ। ଆଇନ୍ ସବୁ ରାଜ୍ୟ ପାଇଁ, ସମସ୍ତେ ମାନିବା କଥା। ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଆହୁରି କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର। କେନ୍ଦ୍ରରେ ନରେନ୍ଦ୍ର ମୋଦୀଜୀଙ୍କ ସରକାର ଓ ଓଡ଼ିଶାରେ ବିଜେପିର ମୋହନ ଚରଣ ମାଝୀଙ୍କ ସରକାର ଅଛି ବୋଲି ତାଙ୍କର ଟିକେ ଆକ୍ରୋଶ ଅଛି। ଆମ ପାଖରେ ପର୍ୟ୍ୟାପ୍ତ ଜଙ୍ଗଲ ଅଛି। ଜଙ୍ଗଲ ଯେଉଁଠି ଅଛି ଜୀବଜନ୍ତୁ ସେଠାକୁ ଯିବେ। ବାଘ ରଖିବା ପାଇଁ ଆମ ପାଖରେ ଜାଗା ନ ଥିଲେ ଶିମିଳିପାଳ ଭଳି ଅଭୟାରଣ୍ୟ କେମିତି ଅଛି? ଜାତୀୟ ଜଙ୍ଗଲ ନିୟମ ଅନୁସାରେ ସବୁ ସରକାର ସହଯୋଗ କରିବା କଥା। ସବୁ ସରକାରଙ୍କ ସହଯୋଗ ଆମେ ଆଶା କରୁଛୁ। ଆମେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଓ ସେଠାକାର ବନ ବିଭାଗକୁ ଧନ୍ୟବାଦ ଦେଉଛୁ।
ମମତା ଦିଦିଙ୍କୁ କଡା ଜବାବ ଦେଲେ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











