The Ultimate Managed Hosting Platform
ADVERTISEMENT
Latest News
The Ultimate Managed Hosting Platform
Latest News

ମହାରାଣୀ ଏଲିଜାବେଥ୍ ଦ୍ୱିତୀୟଙ୍କ ପରଲୋକ : ବ୍ରିଟେନରେ ୧୦ ଦିନ ରାଷ୍ଟ୍ରୀୟ ଶୋକ, ସ୍କଟଲାଣ୍ଡ ସଂସଦ କାର୍ଯ୍ୟ ବାତିଲ

Facebook
Twitter
LinkedIn

ବ୍ରିଟେନ ମହାରାଣୀ ଏଲିଜାବେଥଙ୍କ ପରଲୋକ । ୯୬ ବର୍ଷ ବୟସରେ ଆଖି ବୁଜିଲେ କ୍ବିନ୍ ଏଲିଜାବେଥ୍। ଗୁରୁବାର ଦିନ ୯୬ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ବ୍ରିଟେନ ରାଜତନ୍ତ୍ରରେ ସର୍ବାଧିକ ସମୟ ଶାସନରେ ରହିଥିବା ରାଣୀ।

ଏଲିଜାବେଥଙ୍କର ସ୍କଟଲାଣ୍ଡର ବାଲମୋରାଲ ମହଲରେ ପରଲୋକ ଘଟିଥିବା ରାଜ ପରିବାର ପକ୍ଷରୁ ଘୋଷଣା କରାଯାଇଛି। ଗୁରୁବାର ତାଙ୍କ ସ୍ୱାସ୍ଥ୍ୟରେ ଦ୍ରୁତ ଅବନତି ଘଟିଥିଲା ଏବଂ ତାଙ୍କୁ ବଞ୍ଚାଇବା ପାଇଁ ଡାକ୍ତରୀ ଟିମ୍ ର ସମସ୍ତ ପ୍ରଚେଷ୍ଟା ବିଫଳ ହୋଇଥିଲା। ୧୯୫୨ ମସିହାରେ ରାଣୀ କ୍ଷମତା ଗ୍ରହଣ କରିବା ପରଠାରୁ ବ୍ୟାପକ ସାମାଜିକ ପରିବର୍ତ୍ତନ ଆଣିଥିଲେ ଏବଂ ରାଷ୍ଟ୍ରର ସମୃଦ୍ଧି ଦିଗରେ ଅନେକ ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଥିଲେ।

୧୯୨୬ ଏପ୍ରିଲ ୨୧ ତାରିଖରେ ମହାରାଣୀ ଜନ୍ମଗ୍ରହଣ କରିଥିଲେ । ସେତେବେଳେ ବ୍ରିଟେନର ରାଜା ଥିଲେ ପଞ୍ଚମ ଜର୍ଜ । ଏଲିଜାବେଥଙ୍କ ପିତା ଜର୍ଜ-୬ ମଧ୍ୟ ପରେ ବ୍ରିଟେନର ରାଜା ହୋଇଥିଲେ ।

ଅପରେସନ ୟୁନିକର୍ଣ୍ଣ ଆରମ୍ଭ

ଏଲିଜାବେଥ ଦ୍ୱିତୀୟଙ୍କ ଦେହାନ୍ତ ପରେ ଅପରେସନ ୟୁନିକର୍ଣ୍ଣ ଆରମ୍ଭ ହୋଇଯାଇଛି । ନିଧନରୁ ଅନ୍ତିମ ସଂସ୍କାର ମଧ୍ୟରେ ଥିବା ୧୦ ଦିନ ଅନେକ କାର୍ଯ୍ୟକ୍ରମ ଆୟୋଜିତ ହେବ । ଏହାସହ ୧୦ ଦିନିକିଆ ଶୋକ ମଧ୍ୟ ପାଳନ ହେବ ।

ଓ୍ୱେଷ୍ଟାମିନଷ୍ଟରରେ ଆମ୍ବେରେ ହେବ ଅନ୍ତିମ ସଂସ୍କାର

ରାଣୀଙ୍କ ଦେହାନ୍ତ ପରେ ସ୍କଟଲାଣ୍ଡ ସଂସଦ କାର୍ଯ୍ୟକୁ ବାତିଲ କରାଯାଇଛି । ମାହାରାଣୀଙ୍କ ପାର୍ଥୀବ ଶରୀର ପ୍ରଥମେ ରାଜପରିବାରର ଟ୍ରେନରେ ଏଡିନବର୍ଗ ନିଆଯିବ । ପରଦିନ ଜାଇଲ୍ସ କ୍ୟାଥଡ୍ରଲ୍ ଅଣାଯିବ । ଏଠାରେ ସାହି ପରିବାରର ସଦସ୍ୟ ଓ ସାଧାରଣ ଜନତା ପାର୍ଥୀବ ଶରୀରକୁ ଶ୍ରଦ୍ଧାଞ୍ଜଳି ଦେବେ । ଏହି କାର୍ଯ୍ୟକ୍ରମ ପରେ ମୃତଦେହକୁ ବକିଂହାମ ପ୍ୟାଲେସ ନିଆଯିବ । ସେଠାରେ ବ୍ରିଟେନ ପ୍ରଧାନମନ୍ତ୍ରୀ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜଣାଇବେ । ଏଠାରେ ମୃତଦେହକୁ ୮ ଦିନ ରଖାଯିବ । ଶେଷରେ ଓ୍ୱେଷ୍ଟାମିନଷ୍ଟରରେ ଅନ୍ତିମ ସଂସ୍କାର କରାଯିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣାରେ ହେଲପଲାଇନ ନଂ ଜାରି- ୦୧୧-୨୪୬୧୦୮୪୩,୯୬୫୦୩୯୧୮୫୯

ଅହମ୍ମଦାବାଦ : ଅହମ୍ମଦାବାଦରୁ ଲଣ୍ଡନ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପ୍ଲେନକ୍ରାସ ପରେ ଆକାଶ ଧୂଆଁମୟ । ଟେକଅଫ ସମୟରେ କ୍ରାସ...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ଦୁଃଖ ପ୍ରକାଶ କଲେ ମୋଦି, ଶାହା

ଅହମ୍ମଦାବାଦ : ଅହମ୍ମଦାବାଦ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ । ଏକ୍ସରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି । ଏହା ଆମ...

ADVERTISEMENT
ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୨ ଡାକ୍ତରୀ ହଷ୍ଟେଲରେ ପିଟି ହେଲା ବିମାନ

ଅହମ୍ମଦାବାଦ : ୨ଟି ବଡ କୋଠାରେ ପିଟି ହୋଇଛି ଦୁର୍ଘଟଣାଗ୍ରସ୍ତ ବିମାନ । ଅହମ୍ମଦାବାଦ ମେଘାନୀ ନଗରରେ ୨ଟି ବିଲ୍ଡିଂରେ ପିଟି ହେଲା । ପ୍ରଥମେ ଜୁନିୟର...

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା ; ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା

ଅହମ୍ମଦାବାଦ : ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ୧୧୦ ଯାତ୍ରୀଙ୍କ ମୃତ୍ୟୁ ସୂଚନା । ୧୧୦ ଯାତ୍ରୀଙ୍କ ମୃତ୍ୟୁ ନେଇ ଜାତୀୟ ଗଣମାଧ୍ୟମର ସୂଚନା । ବିମାନଟି...

Login