ଭୁବନେଶ୍ୱର : ଶଙ୍ଖ ଭବନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତ ହାସଲ କରିଥିବା ମହିଳାମାନଙ୍କୁ ସମ୍ମାନୀତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ମହିଳା ଦିବସ କାର୍ୟ୍ୟକ୍ରମରେ ଓଡ଼ିଶାର ପ୍ରତି କୋଣ ଅନୁକୋଣରୁ ମହିଳାମାନେ ସାମିଲ ହୋଇଥିଲେ । ସଫଳତା ସହ କାର୍ୟ୍ୟକ୍ରମ ହୋଇଥିଲା । ଏହି ଅବସରରେ ସାତ ଜଣ ସୁନାମ ଧନ୍ୟ ମହିଳାଙ୍କୁ ସମ୍ମାନିତ କରାଯାଇଛି । ସେପଟେ ରାଜ୍ୟରେ ମହିଳାମାନେ ନିର୍ୟାତିତା ହେଉଥିବାରୁ ରାଜ୍ୟ ସରକାରକୁ ସାମ୍ଵାଦିକ ସମ୍ମିଳନୀରେ ସମାଲୋଚନା କରିଛନ୍ତି ବରିଷ୍ଠ ବିଜେଡି ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ। ବିଜୁ ବାବୁଙ୍କୁ ଅସମ୍ମାନ ବିରୋଧରେ ଆଜି ମହିଳା ବିଜେଡି ଆଜି ଏହା ନିନ୍ଦା ପ୍ରସ୍ତାବ ଆଣିଛି । ବିଜେପି ସରକାରରେ ଆଜି ମହିଳା ସୁରକ୍ଷିତ ନୁହଁନ୍ତି । ଗଣଦୁଷ୍କର୍ମ, ଆତ୍ମହତ୍ୟା, ଅତ୍ୟାଚାର, ଆଦିବାସୀ ମହିଳାଙ୍କୁ ଅତ୍ୟାଚାର ସୀମା ଟପିଛି । ଏ ନେଇ ମଧ୍ୟ ଏକ ନିନ୍ଦା ପ୍ରସ୍ତାବ ପାରିତ ହୋଇଛି ବୋଲି କହିଛନ୍ତି ସ୍ନେହାଙ୍ଗିନୀ । ୭୦ ଲକ୍ଷରୁ ଅଧିକ ମହିଳାଙ୍କୁ ନବୀନ ପଟ୍ଟନାୟକ ସଶକ୍ତ କରିଛନ୍ତି । ସେମାନଙ୍କ ଅର୍ଥନୈତିକ ଓ ସାମାଜିକ ସୁରକ୍ଷା ଏବେ ବିପଦରେ ପଡିଛି । ତେଣୁ ମହିଳାମାନଙ୍କୁ ନ୍ୟାୟ ନମିଳିଲେ ଆଗାମୀ ଦିନରେ ମହିଳା ବିଜେଡି ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି ସ୍ନେହାଙ୍ଗିନୀ ।
ମହିଳାଙ୍କୁ ଲଲିପପ୍ ଦେଇଛନ୍ତି ରାଜ୍ୟ ସରକାର : ବିଜେଡି
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











