ନୟାଗଡ: ନୟାଗଡରେ ଲଜ୍ଜା । ମାନସିକ ବିକୃତ ମହିଳାଙ୍କୁ ବି ଛାଡିଲାନି ନର ରାକ୍ଷସ । ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାଗଡ ଜିଲ୍ଲା ଇଟାମାଟି ତାନା ଅଞ୍ଚଳରେ ଦୁଷ୍କର୍ମ , ପୀଡିତାଙ୍କ ଅବସ୍ଥା ଗୁରୁତର । ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କଲେ ପରିବାର । ଅଭିଯୁକ୍ତଙ୍କ ନାଁ ନେଇ ଅଭିଯୋଗ କରରୁଛନ୍ତି ପୀଡିତାଙ୍କ ପୀଡିତାଙ୍କ ବଡବାପା । ସୂଚନା ଅନୁସାରେ ପୀଡ଼ିତା ଜଣଙ୍କ ଗତକାଲି ରାତିରେ ପିଣ୍ଡାରେ ଶୋଇଥିବା ବେଳେ ଏହାଦେଖି ଗାଁର ପାଣ୍ଡା ନାମକ ଜଣେ ନିଶାଗ୍ରସ୍ତ ଯୁବକ ତାଙ୍କୁ ଦୁଷ୍କର୍ମ କରିବା ସହ ଛୁରି ମାରିଥିବା ଅଭିଯୋଗ ହୋଇଛି କ୍ଷ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଜଣକ ପଡିଥିବା ଦେଖି ପରିବାର ଲୋକ ତାଙ୍କୁ ନୟାଗଡ ମେଡିକାଲରେ ଭର୍ତ୍ତି କରିଥିଲେ। ଅନ୍ୟପଟେ ଖବର ପାଇ ଇଟାମାଟି ପୋଲିସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛି। ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ମହିଳାଙ୍କୁ ପଚାରିବାରୁ ‘ପାଣ୍ଡା’ ଏଭଳି କରିଥିବା କହିଛନ୍ତି। ‘ପାଣ୍ଡା’ ସ୍ଥାନୀୟ ଅଞ୍ଚଳର ଜଣେ ଗାଡ଼ି ଚାଳକ। ସେ ବ୍ରାଉନ ସୁଗାର ଭଳି ନିଶାରେ ବୁଡ଼ି ରହେ ବୋଲି ସ୍ଥାନୀୟ ବାସିନ୍ଦା ଗଣମାଧ୍ୟମକୁ କହିଛନ୍ତି। ତେବେ ଜଣେ ଯୁବକ ନା ଅଧିକ ଲୋକ ଏଥିରେ ସମ୍ପୃକ୍ତ ଅଛନ୍ତି ତାହା ଏବେ ସ୍ପଷ୍ଟ ହୋଇ ପାରିନି।
ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











