The Ultimate Managed Hosting Platform
ADVERTISEMENT

ମୋକିମଙ୍କ ଚିଠି ; ମୁହଁ ଖୋଲିଲେ ଭକ୍ତ

Facebook
Twitter
LinkedIn

ଭୁବନେଶ୍ୱର : କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ମହମ୍ମଦ ମୋକିମ ଚିଠି ଲେଖିବା ପ୍ରସଙ୍ଗ । ନୂଆଦିଲ୍ଲୀରେ ମୁହଁ ଖୋଲିଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ଯେଉଁମାନେ ବିଜେପି ସମ୍ପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର । ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡଗେ ଦଳକୁ ଆଗକୁ ନେଉଛନ୍ତି । କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇବା ଠିକ ନୁହେଁ । ସୋନିଆଙ୍କୁ ଚିଠି ଲେଖିଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ରାହୁଲ ଓ ଖଡଗେଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଛନ୍ତି ମୋକିମ ।
ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ ମୋକିମ୍ ଲେଖିଥିବା ପାଞ୍ଚ ପୃଷ୍ଠାର ଚିଠିକୁ ଏଆଇସିସିର ଅନେକ ବରିଷ୍ଠ ନେତା ଏହାକୁ ସହଜରେ ହଜମ କରିପାରୁ ନାହାନ୍ତି। ଜୟରାମ ରମେଶ, କେ. ସି. ଭେଣୁଗୋପାଳ, ଅଜୟ ମାକେନ ଓ ଅଭିଷେକ ମନୁ ସିଂଘଭୀଙ୍କ ଭଳି ଏଆଇସିସିର ବରିଷ୍ଠ ନେତାମାନେ ଏହାକୁ ନେଇ କ୍ଷୁବ୍ଧ ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି। ନିର୍ଦ୍ଦିଷ୍ଟ ସୂଚନା ଆଧାରରେ ଜଣାପଡ଼ିଛି ଭକ୍ତ ଦାସ ଏହି ପ୍ରସଙ୍ଗରେ କଂଗ୍ରେସ ଦଳର ସଭାପତି ମଲ୍ଲିକାର୍ଜୁନ ଖଡ଼୍ଗେ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ଆଜି ଆଲୋଚନା କରିଛନ୍ତି। ଏ ସମସ୍ତ ପ୍ରସଙ୍ଗ ଉପରେ ଆଜି କଂଗ୍ରେସ ସଭାପତି ଓ ବିରୋଧୀ ଦଳ ନେତାଙ୍କ କାର୍ୟ୍ୟାଳୟରୁ ସୋନିଆ ଗାନ୍ଧୀଙ୍କ କାର୍ୟ୍ୟାଳୟକୁ ସୌଜନ୍ୟମୂଳକ ଭାବେ ଅବଗତ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login