The Ultimate Managed Hosting Platform
ADVERTISEMENT

ମୌସୁମୀ ଅଧିବେଶନ: ଅପରାହ୍ଣ ୫ଟା ଯାଏ ଗୃହ ମୁଲତବି

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ୟ୍ୟ ନାରାୟଣ ପାତ୍ରଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏମାନେ ସମସ୍ତେ ଦିବଙ୍ଗତ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଦିବଙ୍ଗତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ଅପରାହ୍ଣ ୫ଟା ଯାଏ ବିଧାନସଭାକୁ ମୁଲତବୀ ରଖାଯାଇଛି। ଅପରାହ୍ଣ ୫ଟାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ପ୍ରଥମ ଦିନରେ ଆଗତ ହେବ ୨୦୨୩-୨୦୨୪ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login