ଯାଜପୁର : ଯଜପୁର ଝାଡାବାନ୍ତି ଘଟଣା । ଆଉ ୨ ଜଣଙ୍କ ମୃତ୍ୟୁ । ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଆଉ ୨ ଆକ୍ରାନ୍ତ ମୃତ । ଝାଡାବାନ୍ତି ଘଟଣାରେ ମୃତ୍ୟୁ ସଂଖ୍ୟା ୪ ଛୁଇଁଲା । ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳ୍ୟ ଏଡିଏମଓଙ୍କ ସୂଚନା । ୫ ଶହରୁ ଅଧିକ ଲୋକ ଡାଇରିଆରେ ଆକ୍ରାନ୍ତ ହୋଇଥିଲେ। ପରିସ୍ଥିତି ଉପରେ ନଜର ରଖିବାକୁ ନିଜେ ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବି ଯାଇଥିଲେ। ସ୍ଵତନ୍ତ୍ର ଡାକ୍ତରୀ ଟିମ୍ ସେଠାରେ ପହଞ୍ଚି ଚିକିତ୍ସା କରୁଛନ୍ତି। ଏକ ଭୋଜି ଖାଇବା ପରେ ଝାଡ଼ାବାନ୍ତି ବ୍ୟାପିଥିଲା। ପରେ ସ୍ଵାସ୍ଥ୍ୟ ସଚିବ ସ୍ପଷ୍ଟ କରିଥିଲେ ଯେ, ଡାଇରିଆର ବ୍ୟାକଟେରିଆ ମିଳିଛି। ୩ ଦିନ ମଧ୍ୟରେ ବ୍ୟାସନଗର, ଯାଜପୁର ପୌରାଞ୍ଚଳ ସମେତ ଧର୍ମଶାଳା, ରସୁଲପୁର, କୋରାଇ ଓ ଦାନଗଦି ଓ ସୁକିନ୍ଦା ଆଦି ୬ ଟି ବ୍ଲକରେ ଝାଡାବାନ୍ତି ରୋଗରେ ୬୦୦ରୁ ଉର୍ଦ୍ଧ୍ବ ରୋଗୀ ଆକ୍ରାନ୍ତ ହୋଇଥିଲେ। ଅର୍ଦ୍ଧାଧିକ ଲୋକ ଚିକିତ୍ସିତ ହୋଇ ସୁସ୍ଥ ଅବସ୍ଥାରେ ଘରକୁ ଫେରିଲେଣି। ରାଜ୍ୟ ଏବଂ ଜିଲ୍ଲା ସ୍ବାସ୍ଥ୍ୟ ଟିମ୍ ସହିତ ବିଭିନ୍ନ ସ୍ବାସ୍ଥ୍ୟ ଅନୁଧ୍ୟାନକାରୀ ଦଳ ମେଡିକାଲ୍ ଓ ଅଞ୍ଚଳ ଗସ୍ତ କରି ସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ବିଭିନ୍ନ ପ୍ରକାରର ନମୁନା ସଂଗ୍ରହ କରାଯାଇ ପରୀକ୍ଷାନିରୀକ୍ଷା ପାଇଁ ପଠାଯାଇଛି।
ଯାଜପୁର ଝାଡାବାନ୍ତି : ଆଉ ୨ ଜଣଙ୍କର ଚାଲିଗଲା ଜୀବନ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











