ପୁରୀ : ରଥ ଉପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଜାନରେ ଆସି ରଥ ଉପରେ ପହଞ୍ଚିଥିଲେ । ସେ ରାଜବେଶରେ ରଥ ଉପରେ ‘ଛେରାପହଁରା’ କରିଥିଲେ । ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ତାଳଧ୍ବଜ ରଥରେ ଚଢି ସୁବାସିତ ଜଳ ସିଂଚନ କରିଥିଲେ । ପରେ ସୁବର୍ଣ୍ଣ ଖଡିକାରେ ଛେରାପହଁରା ଆରମ୍ଭ କରିଥିଲେ । ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଯାତ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ୱଜ ରଥ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ । ଶ୍ରୀକ୍ଷେତ୍ରରେ ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭିଡ଼ । ମହାପ୍ରଭୁଙ୍କ ଅପେକ୍ଷାରେ ଶ୍ରଦ୍ଧାଳୁ । ବଡ଼ଦାଣ୍ଡରେ ଭକ୍ତିମୟ ପରିବେଶ ।
Views: 6