ରାଉରକେଲା: ଷ୍ଟିଲ ସିଟିରେ ମାଡୁଛି ହଇଜା । ଏଯାଏଁ ମୃତ୍ୟୁ ସଂଖ୍ୟା ୧୦ ଟପିଥିବା ସୂଚନା । ହଇଜାରେ ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ହଜାରେ ଟପିଲାଣି । ରାଉରକେଲା ଆରଜିଏଚରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ଥିବା ରୋଗୀଙ୍କ ମଳ ନମୁନା ପରୀକ୍ଷା ରିପୋର୍ଟରେ ହଇଜା ଭୂତାଣୁ ଚିହ୍ନଟ ହୋଇଛି। ଭିବ୍ରିଓ କଲେରି ଅଥବା କୋମା ବାସିଲସ ଭୁତାଣୁ ରହିଥିବା ସୂଚନା ମିଳିଛି। ସହରରେ ଝାଡ଼ାବାନ୍ତି କିପରି ଆଉ ନ ବ୍ୟାପିବ ସେଥିପାଇଁ ଜିଲ୍ଲା ପ୍ରଶାସନ ପୁରା ପ୍ରସ୍ତୁତ ରହିଛି।ଯୁଦ୍ଧକାଳୀନ ଭିତ୍ତିରେ ଫାଟିଥିବା ପାଣି ପାଇପର ମରାମତି କାର୍ୟ୍ୟ ଜାରି ରହିଛି। ସହରରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଯୋଗାଣ ହେଉଥିବା ପାଣି ପାଇପରେ ମୋଟ ୫୧ଟି ସ୍ଥାନରେ ଲିକେଜ ଚିହ୍ନଟ ହୋଇଛି। ମରାମତି ପାଇଁ ୨୦ଟି ଟିମ୍ ନିୟୋଜିତ ହୋଇଛନ୍ତି। ୧୦୦ରୁ ଉର୍ଦ୍ଧ୍ବ ଆଶାକର୍ମୀ , ଏଏନଏମ୍ ଘରକୁ ଘର ବୁଲି ରୋଗ ନବ୍ୟାପିବା ପାଇଁ ପ୍ରତିଷେଧକ ବ୍ୟବସ୍ଥା ନେବାକୁ ସଚେତନ କରୁଛନ୍ତି।
୬ଟି ମୋବାଇଲ ଡାକ୍ତରୀ ଟିମ୍ ବୁଲି ବୁଲି ଲୋକଙ୍କୁ ସଚେତନ କରାଉଛନ୍ତି। ସ୍ଥିତି ଅନୁଧ୍ୟାନ ପାଇଁ ଆଜି ଘଟଣାସ୍ଥଳକୁ ଯିବେ ସ୍ବାସ୍ଥ୍ୟ ଓ ନଗର ଉନ୍ନୟନ ସଚିବ। ସ୍ବାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ରାଉରକେଲା ଯିବେ। ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଭିଡିଓ କନଫରେନସିଂରେ ସ୍ଥିତିର ସମୀକ୍ଷା କରିଛନ୍ତି। .
ରାଉରକେଲାରେ ବ୍ୟାପୁଛି ହଇଜା, ମୃତ୍ୟୁ ସଂଖ୍ୟା ୧୦ ଟପିଲା

Facebook
Twitter
LinkedIn
Facebook
Twitter
LinkedIn
Recent News
ଓଡିଶାରେ କଂଗ୍ରେସର ସ୍ଥାନ ନାହିଁ –ମନମୋହନ
ଭୁବନେଶ୍ୱର : କଂଗ୍ରେସକୁ ତୀବ୍ର ସମାଲୋଚନା କଲେ ମନମୋହନ ସାମଲ । ଓଡିଶାରେ କଂଗ୍ରେସର କୈାଣସି ସ୍ଥାନ ନାହିଁ କହିଲେ ମନମୋହନ । ସୁଯୋଗ ମିଳିଲେ ବି...
ଅପରେସନ ସିନ୍ଦୂରରେ ଭାରତର କିଛି ବି କ୍ଷତି ହୋଇନି , ଯଦି ଅଛି ତେବେ ଗୋଟେ ଫଟୋ ଦେଖାଅ : ଅଜିତ ଡୋଭାଲ
ନୂଆଦିଲ୍ଲୀ : ଅପରେସନ ସିନ୍ଦୂରକୁ ନେଇ ବିଦେଶୀ ଗଣମାଧ୍ୟମ ଉପରେ ବର୍ଷିଲେ ଏନଏସଏ ଅଜିତ ଡୋଭାଲ । ଅପରେସନ ସିନ୍ଦୂରରେ ଭାରତ ଆଦୌ କ୍ଷତି ସହିନି ।...
ରାହୁଲ ଅବାନ୍ତର କଥା କହୁଛନ୍ତି -ଆଇନମନ୍ତ୍ରୀ
ଭୁବନେଶ୍ୱର : ରାହୁଲଗାନ୍ଧୀ ଅବାନ୍ତର କଥା କହୁଛନ୍ତି କହିଲେ ଆଇନମନ୍ତ୍ରୀ । ବଳଭଦ୍ରଙ୍କ ରଥ ମୋଡ ନେବା କାରଣରୁ ରଥ ଟଣା ବିଳମ୍ବ ହେଲା । ଅଦାନୀଙ୍କ...
ପାଚିଲା ଅମୃତଭଣ୍ଡା ରସକୁ ପିଇଲେ ମିଳେ ଅନେକ ଫାଇଦା, ଆଖି ପାଇଁ ଲାଭଦାୟକ
ବ୍ୟୁରୋ : ଅମୃତଭଣ୍ଡା ଫାଇବର, ଭିଟାମିନ୍, ମିନେରାଲ୍ ଏବଂ ଆଣ୍ଟିଅକ୍ସିଡାଣ୍ଟରେ ଭରପୂର ଏକ ଫଳ । ପିଲାଙ୍କଠାରୁ ବୃଦ୍ଧ ପର୍ୟ୍ୟନ୍ତ ଘରର ସମସ୍ତଙ୍କ ଖାଦ୍ୟରେ ଅମୃତଭଣ୍ଡା ସାମିଲ...