ରାଜସ୍ଥାନ : ରାଜସ୍ଥାନର ଯୋଧପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଫଲୋଦି ଜିଲ୍ଲାର ମତୋଡା ଅଞ୍ଚଳରେ ଏକ ଟୁରିଷ୍ଟ ବସ୍ ଠିଆ ହୋଇଥିବା ଟ୍ରେଲର ସହ ଧକ୍କା ହେବା ଫଳରେ ୧୫ ଜଣଙ୍କ ଜୀବନ ଚାଲିଯାଇଛି । ବସଟି ସଂପୂର୍ଣ୍ଣ ନଷ୍ଟ ହୋଇ ଯାଇଥିବା ବେଳେ ଦୁଇଜଣ ଗୁରୁତର ରହିଛନ୍ତି । ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି । ଏହାସହିତ ମୃତକଙ୍କ ପରିବାରକୁ ୨-୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା ଫଲୋଦୀ ଦୁର୍ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ସୂଚନା ଅନୁସାରେ, ବସ୍ ଯୋଧପୁରର ସୁରସାଗର ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ବିକାନେରର କୋଲାୟତ ଦର୍ଶନ ପାଇଁ ଯାଇଥିଲା । ଦର୍ଶନ ପରେ ଫେରିବା ବେଳେ ମତୋଡା ଅଞ୍ଚଳରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଥିଲା । ବସ୍ ରାସ୍ତାକଡ଼ରେ ଠିଆହୋଇ ଥିବା ଏକ ଟ୍ରେଲରରେ ଯାଇ ଧକ୍କା ହୋଇଥିଲା । ଫଳର ବସର ସମ୍ମୁଖ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇ ଯାଇଥିଲା ଏବଂ ଅନେକ ଯାତ୍ରୀ ଏଥିରେ ଫସି ରହିଥିଲେ । ସ୍ଥାନୀୟ ଲୋକେ ଦୁର୍ଘଟଣାର ସୂଚନା ପୋଲିସକୁ ଦେଇ ଉଦ୍ଧାର କାର୍ୟ୍ୟ ଆରମ୍ଭ କରିଥିଲେ ।
ରାଜସ୍ଥାନରେ ଟୁରିଷ୍ଟ ବସ ଦୁର୍ଘଟଣା , ୧୫ ଜଣଙ୍କ ଜୀବନ ଗଲା
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











