ଭୁବନେଶ୍ୱର : ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା । ଏହାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ଜଣେ କୋଭିଡ ଆକ୍ରାନ୍ତ ଚିହ୍ନଟ ହେବା ପରେ ମାସ୍କ ପିନ୍ଧିବାକୁ ପ୍ରସ୍ତାବ ଦେଇଛି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତଙ୍କୁ ବାହାରକୁ ଗଲେ ମାସ୍କ ପିନ୍ଧିବାକୁ ପରାମର୍ଶ ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ।
Views: 69