The Ultimate Managed Hosting Platform
ADVERTISEMENT

ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୪୮ କରୋନା ପଜିଟିଭ୍‌

Facebook
Twitter
LinkedIn

ଭୁବନେଶ୍ୱର : ଦିନକୁ ଦିନ କମିବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୪୬୯ ଜଣକୁ ବୃଦ୍ଧି ପାଇଛି । ତେବେ ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୯ ଜଣ କ୍ୱାରେଣ୍ଟାଇନ୍‌‌ରୁ ରହିଥିବା ବେଳେ ୧୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୬ ଜଣ ରହିଛନ୍ତି ।

ସୂଚନା ଅନୁଯାୟୀ, ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୧୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୮୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୪୯୪୩୯୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login