The Ultimate Managed Hosting Platform
ADVERTISEMENT

ରାଜ୍ୟରେ ଜଣେ କରୋନା ପଜିଟିଭ ଚିହ୍ନଟ

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ଜଣେ କରୋନା ପଜିଟିଭ ଚିହ୍ନଟ । ଜଣେ ପଜିଟିଭ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା । ୩ ତାରିଖରେ ରାଜ୍ୟରେ ଶେଷ ଥର ପାଇଁ ପଜିଟିଭ ଚିହ୍ନଟ ହୋଇଥିଲେ । କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ କେନ୍ଦ୍ର ସରକାର ସବୁ ରାଜ୍ୟକୁ ରିପୋର୍ଟ ଦେବା ପାଇଁ ଚିଠି କରିବା ପରେ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଛି । ଓଡ଼ିଶାରୁ ଚିହ୍ନଟ ପରେ ସଂକ୍ରମିତ ରାଜ୍ୟ ସଂଖ୍ୟା ୨୦ରେ ପହଞ୍ଚିଛି । ସେପଟେ ସ୍ୱାସ୍ଥ୍ୟ ବିଭାଗକୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ବିଜୟ ମହାପାତ୍ର । କୋଭିଡ ଲକ୍ଷଣ ଦେଖାଗଲେ ପରୀକ୍ଷା କରିବା ପାଇଁ ଅପିଲ କରିଛନ୍ତି ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ଆବଶ୍ୟକ ପଡିଲେ ପରୀକ୍ଷା ସେଣ୍ଟର ବଢ଼ାଯିବ। ମାସ୍କ ବାଧ୍ୟତା ମୂଳକ ପାଇଁ ଗାଇଡ଼ଲାଇନ ଆସିନାହିଁ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login