The Ultimate Managed Hosting Platform
ADVERTISEMENT

ରାଜ୍ୟରେ ନିଯୁକ୍ତ ହେବେ ୩ ହଜାର ନୂଆ ଡାକ୍ତର , ଉପକେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ନାଁ ହେବ “ଆରୋଗ୍ୟ ମନ୍ଦିର”

Facebook
Twitter
LinkedIn

ଭୁବନେଶ୍ୱର : ସାରା ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ । ଜିଲ୍ଲା ମେଡିକାଲରେ ପ୍ରସୂତୀ, ଶିଶୁରୋଗ ବିଶେଷଜ୍ଞ ନିଶ୍ଚିତ ରହିବେ । ଉପକେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ନାଁ ଆରୋଗ୍ୟ ମନ୍ଦିର କରାଯିବ । ପ୍ରତି ସିଏଚସିରେ ଗୋଟିଏ ଭ୍ରାମ୍ୟମାଣ୍ୟ ୟୁନିଟ ରହିବ । ରାଜ୍ୟରେ ନୂଆ ସରକାରଙ୍କୁ ନୂଆ ବିରୋଧୀ ଦଳ । ଏଥର ଦୀର୍ଘ ୨୫ ବର୍ଷ ପରେ ବିଧାନସଭାରେ ଦେଖିବାକୁ ମିଳିଛି ନୂଆ ମାହୋଲ । ନୂଆ ସରକାରଙ୍କ ପ୍ରଥମ ବଜେଟ୍ ଅଧିବେଶନ ପୂର୍ବରୁ ଗୃହକୁ ସମ୍ବୋଧନ କରିବା କ୍ରମରେ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ ରଘୁବର ଦାସ । ରାଜ୍ୟରେ ଉନ୍ନତ ଭେଷଜ ଶିକ୍ଷା ଓ ସ୍ୱାସ୍ଥ୍ୟସେବାରା ଉପଲବ୍ଧିତା ବୃଦ୍ଧି କରିବାକୁ ବିଜେପି ସରକାରେ ଜିଲ୍ଲା ନର୍ସିଂ କଲେଜ , ମେଡିକାଲ କଲେଜ, ଓ ସୁପର ସ୍ପେଶାଲିଟି ହସ୍ପିଟାଲ ପ୍ରତିଷ୍ଠା କରାଯିବ । ଦକ୍ଷ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରିବାକୁ ସାରା ରାଜ୍ୟରେ ୩୦୦୦ ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ । ଜିଲ୍ଲା ଡାକ୍ତରଖାନାରେ ସ୍ତ୍ରୀ ରୋଗ ବିଶେଷଜ୍ଞ , ଶିଶୁ ରୋଗ ବିଶେଷଜ୍ଞ, ନର୍ସଙ୍କ ଉପଲବ୍ଧିତାକୁ ସୁନିଶ୍ଚିତ କରାଯିବ । ରାଜ୍ୟର ଦୁର୍ଗମ ଇଲାକାରେ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରାଯିବ । ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକୁ ଆରୋଗ୍ୟ ମନ୍ଦିରରେ ପରିଣତ କରାଯିବ । ପ୍ରତି ମେଡିକାଲରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ । ଏହା ସହ ୨୦୩୦ ସୁଦ୍ଧା ଓଡିଶାକୁ ମ୍ୟାଲେରିଆ ମୁକ୍ତ କରିବାକୁ ଏ ନୂଆ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ରାଜ୍ୟପାଳ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login