ଭୁବନେଶ୍ୱର : ସାରା ରାଜ୍ୟରେ ୩ ହଜାର ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ । ଜିଲ୍ଲା ମେଡିକାଲରେ ପ୍ରସୂତୀ, ଶିଶୁରୋଗ ବିଶେଷଜ୍ଞ ନିଶ୍ଚିତ ରହିବେ । ଉପକେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ନାଁ ଆରୋଗ୍ୟ ମନ୍ଦିର କରାଯିବ । ପ୍ରତି ସିଏଚସିରେ ଗୋଟିଏ ଭ୍ରାମ୍ୟମାଣ୍ୟ ୟୁନିଟ ରହିବ । ରାଜ୍ୟରେ ନୂଆ ସରକାରଙ୍କୁ ନୂଆ ବିରୋଧୀ ଦଳ । ଏଥର ଦୀର୍ଘ ୨୫ ବର୍ଷ ପରେ ବିଧାନସଭାରେ ଦେଖିବାକୁ ମିଳିଛି ନୂଆ ମାହୋଲ । ନୂଆ ସରକାରଙ୍କ ପ୍ରଥମ ବଜେଟ୍ ଅଧିବେଶନ ପୂର୍ବରୁ ଗୃହକୁ ସମ୍ବୋଧନ କରିବା କ୍ରମରେ ଅଭିଭାଷଣ ରଖିଛନ୍ତି ରାଜ୍ୟପାଳ ରଘୁବର ଦାସ । ରାଜ୍ୟରେ ଉନ୍ନତ ଭେଷଜ ଶିକ୍ଷା ଓ ସ୍ୱାସ୍ଥ୍ୟସେବାରା ଉପଲବ୍ଧିତା ବୃଦ୍ଧି କରିବାକୁ ବିଜେପି ସରକାରେ ଜିଲ୍ଲା ନର୍ସିଂ କଲେଜ , ମେଡିକାଲ କଲେଜ, ଓ ସୁପର ସ୍ପେଶାଲିଟି ହସ୍ପିଟାଲ ପ୍ରତିଷ୍ଠା କରାଯିବ । ଦକ୍ଷ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରିବାକୁ ସାରା ରାଜ୍ୟରେ ୩୦୦୦ ନୂଆ ଡାକ୍ତରଙ୍କୁ ନିଯୁକ୍ତି ଦିଆଯିବ । ଜିଲ୍ଲା ଡାକ୍ତରଖାନାରେ ସ୍ତ୍ରୀ ରୋଗ ବିଶେଷଜ୍ଞ , ଶିଶୁ ରୋଗ ବିଶେଷଜ୍ଞ, ନର୍ସଙ୍କ ଉପଲବ୍ଧିତାକୁ ସୁନିଶ୍ଚିତ କରାଯିବ । ରାଜ୍ୟର ଦୁର୍ଗମ ଇଲାକାରେ ସ୍ୱାସ୍ଥ୍ୟସେବାକୁ ସୁନିଶ୍ଚିତ କରାଯିବ । ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକୁ ଆରୋଗ୍ୟ ମନ୍ଦିରରେ ପରିଣତ କରାଯିବ । ପ୍ରତି ମେଡିକାଲରେ ଶଯ୍ୟା ସଂଖ୍ୟା ବୃଦ୍ଧି କରାଯିବ । ଏହା ସହ ୨୦୩୦ ସୁଦ୍ଧା ଓଡିଶାକୁ ମ୍ୟାଲେରିଆ ମୁକ୍ତ କରିବାକୁ ଏ ନୂଆ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ରାଜ୍ୟପାଳ ।
ରାଜ୍ୟରେ ନିଯୁକ୍ତ ହେବେ ୩ ହଜାର ନୂଆ ଡାକ୍ତର , ଉପକେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ନାଁ ହେବ “ଆରୋଗ୍ୟ ମନ୍ଦିର”
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











