ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଆହୁରି ବର୍ଷିବ । ଆସନ୍ତା ୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡା, ସୁନ୍ଦରଗଡ଼ ଓ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସେହିପରି ୪ ତାରିଖ ଯାଏଁ ଅତିରୁ ଅତି ପ୍ରବଳ ବର୍ଷା ହେବ। ତେଣୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମତ୍ସଜୀବୀଙ୍କୁ ସମୁଦ୍ରକୁ ନ ଯିବା ପାଇଁ କୁହାଯାଇଛି। ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ୧୦ ଟି ସ୍ଥାନରେ ହୋଇଛି ପ୍ରବଳ ବର୍ଷା।
Views: 21