The Ultimate Managed Hosting Platform
ADVERTISEMENT

ରାଜ୍ୟସଭା ନିର୍ବାଚନ; ନାମାଙ୍କନ ଦାଖଲ କଲେ ଅଶ୍ୱିନୀ

Facebook
Twitter
LinkedIn

ଭୁବନେଶ୍ୱର: ନାମାଙ୍କନ ଦାଖଲ କଲେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଅଶ୍ଵିନୀ ବୈଷ୍ଣବ। ଅଶ୍ବିନୀ ବୈଷ୍ଣବ ବିଜେପିରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ତାଙ୍କୁ ସମର୍ଥନ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ସମର୍ଥନ ଘୋଷଣା କରିଛି ବିଜେଡି। ତେବେ ଓଡ଼ିଶାର ସ୍ଵାର୍ଥ ସହ କୌଣସି ସାଲିସ କରାଯିବନି। ସଂଘୀୟ ବ୍ୟବସ୍ଥାରେ ବିକାଶ ପ୍ରକ୍ରିୟା ଜାରି ରହିବ। ଏହି କାରଣରୁ ଅଶ୍ଵିନୀଙ୍କୁ ସମର୍ଥନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ସ୍ବାଗତଯୋଗ୍ୟ ।
୨୦୧୯ରେ ବିଜେଡି ସମର୍ଥନରେ ରାଜ୍ୟସଭାକୁ ଯାଇଥିଲେ ଅଶ୍ବିନୀ। ୨୦୨୧ ମସିହା ଜୁଲାଇ ମାସରେ ମୋଦି ସରକାରଙ୍କ କ୍ୟାବିନେଟ୍ ଅଦଳବଦଳରେ ଅଶ୍ବିନୀ ବୈଷ୍ଣବଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ କରାଯାଇଥିଲା। ଏଥିସହ ତାଙ୍କୁ ଗୁରୁତ୍ୱପୂର୍ଣ୍ଣ ରେଳ ତଥା ଇଲେକଟ୍ରୋନିକ, ସୂଚନା ପ୍ରଯୁକ୍ତି ଓ ଯୋଗାଯୋଗ ମନ୍ତ୍ରଣାଳୟର ଦାୟିତ୍ୱ ଦିଆଯାଇଥିଲା। ୩ଟି ରାଜ୍ୟସଭା ଆସନ ପାଇଁ ବିଜେଡିରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି କଟକର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଓ ପୁରୀର ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login