The Ultimate Managed Hosting Platform
ADVERTISEMENT

ରାମଗିରି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ,ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ

Facebook
Twitter
LinkedIn

ଗଜପତି : ଗଜପତି ଜିଲ୍ଲା ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନୟନ ବିଭାଗ ଅଧିନସ୍ଥ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରାମଗିରି ଠାରେ ନୂଆ – ଓ , ଓଡ଼ିଆ ସାହିତ୍ୟ ପ୍ରତିଯୋଗିତାର ଉଦଯାପନୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ଛାତ୍ର ଛାତ୍ରୀ ମାନେ ଓଡ଼ିଆ ଭାଷା ଓ ଜଗନ୍ନାଥ ସଂସ୍କୃତିକୁ ନେଇ ବିଭିନ୍ନ କ୍ରିୟାକଳାପରେ ଅଂଶଗ୍ରହଣ କରିଥିଲେ। ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଶ୍ରୀ ଭି. ଗିରିବାବୁ ଙ୍କ ସଭାପତିତ୍ଵରେ କାର୍ୟ୍ୟକ୍ରମ ଶୁଭାରମ୍ଭ ହୋଇଥିଲା। ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଶ୍ରୀ ସଂଜୀବ କୁମାର ନାୟକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଶ୍ରୀ ନରସିଂହ ଗୌଡ଼ ବିଦ୍ୟାଳୟର ଅବସର ପ୍ରାପ୍ତ ବରିଷ୍ଠ ହିନ୍ଦୀ ଶିକ୍ଷକ ଏବଂ ସମ୍ମାନିତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରଘୁନାଥ ବଡମୁଣ୍ଡି, ସଂସ୍କୃତ ଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ରଥ ଯୋଗଦାନ କରିଥିଲେ। ଛାତ୍ର ଛାତ୍ରୀମରନେ ବିଭିନ୍ନ ପ୍ରତିଯୋଗିତା ତଥା ବକ୍ରୁତା,ଓଡ଼ିଆ ଖାଦ୍ୟ ପ୍ରସ୍ତୁତି, କବିତା ପଠନ,ଭଜନ ଗାନ, ହସ୍ତାକ୍ଷର ଲିଖନ , କୁଇ଼ଜ ଓ ସ୍ଲୋଗାନ ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରିଥିଲେ। ରଙ୍ଗମଞ୍ଚ ନିକଟରେ ଏକ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଏଥିରେ କୃତିତ୍ୱ ହେଇଥିବା ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପ୍ରମାଣ ପତ୍ର ଟ୍ରଫି ପ୍ରଦାନ କରି ପୁରସ୍କୃତ କରାଯାଇଥିଲା ।ଏଥିରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ସାଂସ୍କୃତିକ କାର୍ୟ୍ୟକ୍ରମ ମଧ୍ୟ୍ୟ ହୋଇଥିଲା । ବିଦ୍ୟାଘୟର ଇଂରାଜୀ ଅଧ୍ୟାପକ ଅଞ୍ଜିତ କୁମାର ପରିଛା ମଞ୍ଚ ପରିଚାଳନା କରିଥିବାବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀ ସମ୍ପୁର୍ଣ୍ଣ ସହଯୋଗ କରିଥିଲେ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login