ଭୁବନେଶ୍ୱର : ଓଡ଼ିଆ ଚଳଚ୍ଚିତ୍ର ଜଗତ ପାଇଁ ଏକ ଗୌରବମୟ ମୁହୂର୍ତ୍ତ । ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ‘ଶ୍ରୀ ଜଗନ୍ନାଥଙ୍କ ନବକେଳବର’ ଓଡ଼ିଆ ଫିଲ୍ମକୁ ଦେଖିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ନବକଳେବର ରୀତିକୁ ନେଇ ପ୍ରସ୍ତୁତ ହୋଇଛି ଏହି ଭକ୍ତିପୂର୍ଣ୍ଣ ତଥା ଐତିହାସିକ ଚଳଚ୍ଚିତ୍ର । ସ୍କ୍ରିନିଂ ସମୟରେ ଫିଲ୍ମର ନିର୍ଦ୍ଦେଶକ ସୌଭାଗ୍ୟଲକ୍ଷ୍ମୀ ଜେନା ଓ ଅନ୍ୟ କଳାକାରମାନେ ଉପସ୍ଥିତ ଥିଲେ । ଓଡ଼ିଶା ଫିଲ୍ମ ଇତିହାସରେ ଏହା ପ୍ରଥମ ଘଟଣା । ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହୋଇଛି ଶ୍ରୀଜଗରନ୍ନାଥଙ୍କ ‘ନବକଳେବର’ ଫିଲ୍ମ । ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରାରେ, ଓଡ଼ିଶାର ପ୍ରମୁଖ ପ୍ରେକ୍ଷାଳୟରେ ରିଲିଜ୍ ହୋଇଥିବା ଫିଲ୍ମ ‘ଶ୍ରୀଜଗନ୍ନାଥଙ୍କ ନବକଳେବର’ର ଅପୂର୍ବ ସଫଳତା ଏବେ ଚର୍ଚ୍ଚାର ବିଷୟ । କେବଳ ଓଡ଼ିଶା ନୁହେଁ ସାରା ବିଶ୍ବର ଆରାଧ୍ୟ ଦେବତା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ନବକଳେବରର କଥାବସ୍ତୁକୁ ନେଇ ନିର୍ମାଣ ହୋଇଥିବା ଏହି ଫିଲ୍ମକୁ ଦେଖିବାକୁ ପ୍ରେକ୍ଷାଳୟକୁ ଓଡିଆ ଦର୍ଶକ ନିଜେ ଟାଣି ହୋଇ ଆସୁଛନ୍ତି ।ତେବେ ଓଡିଆ ମାଟିର ଝିଅ ତଥା ଭାରତ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ମଧ୍ୟ ବଡ଼ ଠାକୁରଙ୍କ ଏହି ଫିଲ୍ମର ଅନୁଭୂତି ନେବା ପାଇଁ ନୂଆ ଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରୁ ଫିଲ୍ମର ସମ୍ପୂର୍ଣ୍ଣ ଟିମକୁ ନିମନ୍ତ୍ରଣ କରିଥିଲେ । ଶୁକ୍ରବାର ଦିନ ରାଷ୍ଟ୍ରପତି ଭବନରେ ଚଳଚ୍ଚିତ୍ର ଶ୍ରୀଜଗନ୍ନାଥଙ୍କ ‘ନବକଳେବର’ ମହାମହିମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦର୍ଶିତ ହୋଇଥିଲା ।
ରାଷ୍ଟ୍ରପତି ଦେଖିଲେ “ଶ୍ରୀ ଜଗନ୍ନାଥଙ୍କ ନବକଳେବର” ଫିଲ୍ମ
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











