The Ultimate Managed Hosting Platform
ADVERTISEMENT

ରେକର୍ଡ ବର୍ଷା : ମୁମ୍ବାଇରେ ବନ୍ୟା ସ୍ଥିତି

Facebook
Twitter
LinkedIn

ମୁମ୍ବାଇ : ପ୍ରବଳ ବର୍ଷା ଯୋଗୁଁ ମୁମ୍ବାଇରେ ଉପୁଜିଲା ବନ୍ୟା ସ୍ଥିତି । ରାସ୍ତାଘାଟ, ଗଳିକନ୍ଦି, ରେଳ ଲାଇନ ସବୁଠି ବର୍ଷା ପାଣି । ଲୋକେ ନାହିଁ ନଥିବା ହଇରାଣ , ଜନଜୀବନ ଅସ୍ତବ୍ୟସ୍ତ । ବର୍ଷା ସହିତ ମୁମ୍ବାଇରେ ୭୦-୮୦ କିମି ବେଗରେ ପବନ ବି ବହିଥିଲା । ଫଳରେ ଅନେକ ଅଞ୍ଚଳରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିଲା । ତଳିଆ ଅଞ୍ଚଳରେ ବିଭିନ୍ନ ସ୍ଥାନରେ ପାଣି ଜମା ହୋଇଯିବାରୁ ଯାତାୟତ ଲାଗି ସମସ୍ୟା ସୃଷ୍ଟି ହୋଇଥିଲା ।ପ୍ରବଳ ବର୍ଷା ଯୋଗୁ ନିକଟରେ ମେ ୧୧ ତାରିଖରେ ଶୁଭାରମ୍ଭ ହୋଇଥିବା ୱର୍ଲି ଅଣ୍ଡରଗ୍ରାଉଣ୍ଡ ମେଟ୍ରୋ ଷ୍ଟେସନରେ ବି ପାଣି ଭର୍ତ୍ତି ହୋଇଯାଇଥିଲା । ହାର୍ବର, ସେଣ୍ଟ୍ରାଲ ଲାଇନ୍ରେ ଲୋକାଲ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା । ବର୍ଷା ଯୋଗୁଁ ୮ଟି ବିମାନ ଉଡ଼ାଣ ପ୍ରଭାବିତ ହୋଇଥିବା ହୋଇଥିବା ବେଳେ କିଛି ବିମାନକୁ ଡାଇଭର୍ଟ କରାଯାଇଥିଲା ।ଭାରତୀୟ ପାଣିପାଗ ବିଭାଗ ଅନୁସାରେ, ସାଧାରଣତଃ ଜୁନ୍ ୧୧ ତାରିଖ ବେଳକୁ ମୌସୁମୀ ମୁମ୍ବାଇରେ ପହଞ୍ଚିଥାଏ । କିନ୍ତୁ ଚଳିତଥର ୧୬ ଦିନ ଆଗୁଆ ପହଞ୍ଚିଛି । ସେପଟେ ମୌସୁମୀ ପ୍ରଭାବରେ ମୁମ୍ବାଇ ସମେତ ପୂରା ମହାରାଷ୍ଟ୍ରର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ମୁମ୍ବାଇରେ ରେଡ ଆଲର୍ଟ ଜାରି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ସଡକ ଦୁର୍ଘଟଣାରେ ବର-କନ୍ୟାଙ୍କ ସମେତ ଚାଲିଗଲା ୫ ଜଣଙ୍କ ଜୀବନ

ରାଜସ୍ଥାନ : ରାଜସ୍ଥାନ ନ୍ୟାସନାଲ ହାଇୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୫ଜଣ ଲୋକଙ୍କ ପ୍ରାଣ ଚାଲିଯାଇଥିବାବେଳେ ଅନେକ ଲୋକ...

ADVERTISEMENT
ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର ଦଳାଚକଟା ଘଟଣାରେ ବିସିସିଆଇ ଏବଂ ଆରସିବିକୁ ଦାୟୀ କଲେ କର୍ଣ୍ଣାଟକ ସରକାର

ବେଙ୍ଗାଲୁର : ବେଙ୍ଗାଲୁର ଦଳାଚକଟା ଘଟଣାରେ କର୍ଣ୍ଣାଟକ ସରକାରଙ୍କ ବଡ ବୟାନ । ଆଜି ଶୁଣାଣିରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡକୁ...

Login