ଭଦ୍ରକ : ରୋଷେଇ କରୁଥିବା ବେଳେ ଲିକ ହେଲା ଗ୍ୟାସ । କେହି କିଛି ବୁଝିବା ପୂର୍ବରୁ ହଠାତ ନିଆଁ ଏମିତି ବ୍ୟାପିଗଲା ଯେ ଘରୁ ବାହାରିବା ମୁସ୍କିଲ ହୋଇପଡ଼ିଲା । ଆଉ ସଙ୍ଗେ ସଙ୍ଗେ ଘର କଣ ଘରେ ଥିବା ସଦସ୍ୟଙ୍କ ଶରୀରରେ ବି ଲାଗିଗଲା ନିଆଁ । ୨ ବଖରା ଘର ଜଳିଯିବା ସହ ନିଆଁରେ ପୋଡ଼ି ଗୁରୁତର ଆହତ ହୋଇଛନ୍ତି ବାପ ପୁଅ ଓ ମା । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲାର ଧୂଷୁରୀ ଥାନା ଅଧିନସ୍ଥ ଗଡ଼ିଆଳି ପଞ୍ଚାୟତର ଉଚ୍ଚପଦା ଗାଁରେ । ଏହି ଗାଁର ବୃନ୍ଦାବନ ସାହୁଙ୍କ ସ୍ତ୍ରୀ ଗତକାଲି ରାତିରେ ରୋଷେଇ କରୁଥିବା ବେଳେ ହଠାତ ଗ୍ୟାସ ପାଇପ୍ ଲିକ ହୋଇ ନିଆଁ ଲାଗି ଯାଇଥିଲା । ଘର ଭିତରେ ଥିବା ବୃନ୍ଦାବନ ସାମାନ୍ୟ ଆହତ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ବାସନ୍ତୀ ଓ ପୁଅ ଦୀପକ ଗୁରୁତର ଆହତ ହୋଇଛନ୍ତି । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ ଭଦ୍ରକ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ବୃନ୍ଦାବନ ସୁସ୍ଥ ଥିବା ବେଳେ ତାଙ୍କ ସ୍ତ୍ରୀ ଓ ପୁଅ ଗୁରୁତର ଅଛନ୍ତି । ଏହି ଅଗ୍ନିକାଣ୍ଡରେ ବୃନ୍ଦାବନଙ୍କର ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇଯାଇଛି ।
ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ ହୋଇ ଜଳିଗଲା ଘର, ୩ ଗୁରୁତର
Facebook
Twitter
LinkedIn
Facebook
Twitter
LinkedIn
Recent News
୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା । ସତର୍କ ରହିବାକୁ କହିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ...
ତ୍ରିଶୂଳୀ ନଦୀକୁ ଖସିପଡିଲା ବସ
କାଠମାଣ୍ଡୁ : ନେପାଳରେ ଭୟଙ୍କର ସଡ଼କ ଦୁର୍ଘଟଣା । ରାଜଧାନୀଠାରୁ ପ୍ରାୟ ୯୦ କିଲୋମିଟର ଦୂରରେ ଏକ ବଡ଼ ଧରଣର ବସ୍ ଦୁର୍ଘଟଣା ଘଟିଛି । ନେପାଳର...
ଲାଲକିଲ୍ଲା ଓ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡାଇବାକୁ ଧମକ
ନୂଆଦିଲ୍ଲୀ : ଲାଲ କିଲ୍ଲା ଏବଂ ଦିଲ୍ଲୀ ସଚିବାଳୟକୁ ବୋମାରେ ଉଡ଼ାଇବାକୁ ଧମକ ମିଳିଛି । ଦିଲ୍ଲୀ ପୋଲିସ ଏହାକୁ ନେଇ ଯାଞ୍ଚ ଆରମ୍ଭ କରିଛି ।...
କନ୍ଧମାଳରେ ୩୦ ନକ୍ସଲ ସକ୍ରିୟ : ସଞ୍ଜୀବ ପଣ୍ଡା
କନ୍ଧମାଳ : କନ୍ଧମାଳରେ ଆଉ ପ୍ରାୟ ୩୦ ନକ୍ସଲ ସକ୍ରିୟ ରହିଛନ୍ତି । ପ୍ରେସମିଟରେ ସୂଚନା ଦେଲେ ଏଡିଜି ସଞ୍ଜୀବ ପଣ୍ଡା । ରାଇକିଆ , ଦାରିଙ୍ଗବାଡି,...











