The Ultimate Managed Hosting Platform
ADVERTISEMENT

ଲଘୁଚାପ : ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

Facebook
Twitter
LinkedIn

ଭୁବନେଶ୍ୱର : ଆଜିଠୁ ୧୭ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା । ସମୁଦ୍ର ଅଶାନ୍ତ ଯୋଗୁଁ ମତ୍ସଜୀବୀଙ୍କୁ ସମୁଦ୍ର ବାରଣ । ଓଡିଶା ଉପକୂଳ ଓ ଆଖପାଖ ଅଞ୍ଚଳକୁ ମତ୍ସ୍ୟଜୀବୀଙ୍କୁ ବାରଣ । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି ।
ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପକ୍ଷେତ୍ର। ଆଜି ଏହା ଅଧିକ ଘନୀଭୂତ ହୋଇ ଅବପାତ ଓ ଆସନ୍ତାକାଲି ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଜିଠାରୁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। କାଲିଠୁ ବଢିବ ବର୍ଷା ପରିମାଣ। ୧୬ରେ ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଗୁରୁବାର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଦେଇଛି ଆଇଏମଡି। ଜଗତସିଂହପୁର, ପୁରୀ ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭବନା ରହିଛି। ଏହାଛଡ଼ା ଗଞ୍ଜାମ, ଖୋର୍ଦ୍ଧା , ଭଦ୍ରକ, କଟକ, ଯାଜପୁର, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ରହିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login