ମାଲକାନଗିରି : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ । ମୋଟୁ ତହସିଲ ଅଫିସର ଆରଆଇ ସୂରଜ ଚନ୍ଦ୍ର ବଳ ଲାଞ୍ଚ ନେଇ ଗିରଫ । ଜବରଦଖଲ ମାମଲାର ନୋଟିସ ପାଇଁ ୧୫ ହଜାର ଲାଞ୍ଚ ନେଉଥିଲେ । ସୂଚନା ଅନୁସାରେ ମୋଟୁ ଆରଆଇ ସୂର୍ୟ୍ୟ କୁମାର ବାଲା ଏକ ଜମି ଜବରଦଖଲ ମାମଲାର ସମାଧାନ ପାଇଁ ଅଭିଯୋଗକାରୀ ଘନଶ୍ୟାମ ମହନ୍ତଙ୍କୁ ୨୫ ହଜାର ଟଙ୍କା ମାଗିଥିଲେ। ଆରଆଇ ଶ୍ରୀ ବାଲା ପୂର୍ବରୁ ୧୦ ହଜାର ଟଙ୍କା ନେଇସାରିଥିବା ବେଳେ ଆଜି ବାକି ୧୫ ହଜାର ଟଙ୍କା ନେଉଥିଲେ। ତେବେ ସେ ଲାଞ୍ଚ ଗ୍ରହଣ କରିବାର ଅଳ୍ପ ସମୟରେ ପରେ ଭିଜିଲାନ୍ସ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ପୂର୍ବ ଯୋଜନା ଅନୁସାରେ ଅତର୍କିତ ଚଢ଼ଉ କରିଥିଲେ। ଘଟଣାସ୍ଥଳରୁ ନଗଦ ୧୫ ହଜାର ଟଙ୍କା ଜବତ ହୋଇଥିଲା। ଭିଜିଲାନ୍ସ ଟିମ୍ ଆରଆଇ ଶ୍ରୀ ବାଲାଙ୍କ ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୪୫ ଗ୍ରାମରେ ଥିବା ଘରେ ମଧ୍ୟ ଚଢ଼ଉ ଜାରି ରଖିଛି।
Views: 81