କଟକ : ହାଇକୋର୍ଟର ୨ ନୂଆ ବିଚାରପତି ଶପଥ ନେଲେ । ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ଶପଥ ନେଲେ । ଏହି ଦୁଇ ବିଚାରପତିଙ୍କ ଯୋଗଦାନ ପରେ ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ ରେ ପହଞ୍ଚିଛି। ହାଇକୋର୍ଟର ପୁରୁଣା ବିଲ୍ଡିଂର ନୂତନ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ଏହି ଦୁଇ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି।ଶପଥ ଗ୍ରହଣ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ପୂର୍ବତନ ବିଚାରପତି, ବହୁ ବରିଷ୍ଠ ଆଇନଜୀବୀ, ହାଇକୋର୍ଟ ବାର ଆସୋସିଏସନର କର୍ମକର୍ତ୍ତା ସମେତ ସମସ୍ତ ଅଧିକାରୀ ଓ କର୍ମଚାରୀ ଯୋଗ ଦେଇଥିଲେ। ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସ ଡି.ୱାଇ.ଚନ୍ଦ୍ରଚୂଡ, ଜଷ୍ଟିସ ଏସ.କେ.କୌଲ ଓ ଜଷ୍ଟିସ ସଂଜୀବ ଖାନ୍ନାଙ୍କୁ ନେଇ ଗଠିତ କଲିଜିୟମ ଏହି ଦୁଇ ବିଚାରପତିଙ୍କୁ ନିଯୁକ୍ତି କରିବାକୁ ସୁପାରିଶ କରିଥିଲେ।
Views: 93