The Ultimate Managed Hosting Platform
ADVERTISEMENT

ଶାହାଙ୍କ କଡା ଚେତାବନୀ , ମୁଣ୍ଡ ନୁଆଁଇବନି ଭାରତ

Facebook
Twitter
LinkedIn

ନୂଆଦିଲ୍ଲୀ : ପହଲଗାମରୁ ଗୃହମନ୍ତ୍ରୀ ଅମିତ ଶାହଙ୍କ କଡା ଚେତାବନୀ । ଆତଙ୍କବାଦ ଆଗରେ ଭାରତ ମୁଣ୍ଡ ନୁଆଁଇବ ନାହିଁ । ଦୋଷୀଙ୍କୁ କୈାଣସି ପରିସ୍ଥିତିରେ ଛଡାଯିବ ନାହିଁ । ସବୁ ପରିସ୍ଥିତିକୁ ସାମ୍ନା କରିବ କିନ୍ତୁ ଆତଙ୍କବାଦୀଙ୍କ ଆଗରେ ହାର ମାନିବ ନାହିଁ । ଏଥିସହ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଅମିତ ଶାହ। ଶ୍ରୀନଗରରେ ୨୮ ଜଣ ମୃତକଙ୍କୁ ପୁଷ୍ପମାଲ୍ୟ ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ । ଆହତଙ୍କୁ ହସ୍ପିଟାଲରେ ଭେଟି ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ । ଆହତଙ୍କ ପରିବାରକୁ ଭେଟି ଆଲୋଚନା କରିଛନ୍ତି ଶାହ। ଶାହଙ୍କ ସହ ଉପ ରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ ଉପସ୍ଥିତ ଥିଲେ। ଜମ୍ମୁକଶ୍ମୀରରେ ସ୍ଥିତି ବୁଝିବା ପରେ ଅପରାହ୍ଣରେ ଦିଲ୍ଲୀ ଫେରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ କ୍ୟାବିନେଟ୍ ସୁରକ୍ଷା ପରିଷଦ ବୈଠକରେ ଯୋଗଦେବେ। ଏଥିସହ ଜମ୍ମୁ ପହଲଗାମ ଆତଙ୍କୀ ଆକ୍ରମଣରେ ୨୮ ଜଣଙ୍କ ମୃତ୍ୟୁ ପରେ ଆକ୍ସନ ମୋଡ଼ରେ କେନ୍ଦ୍ର ସରକାର। ଦୁଇ ଦୁନିଆ ସାଉଦି ଆରବ ଗସ୍ତର ଅଧାରୁ ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ। ଭାରତ ଫେରିବା ପରେ ତୁରନ୍ତ ବିମାନ ବନ୍ଦରରେ ବୈଠକ କରିଛନ୍ତି ମୋଦୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login